ଏଇ ଭାରତରେ

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ। ଏବେ ତାଙ୍କର ମହତ୍‌ପଣିଆ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ମଧ୍ୟପ୍ରଦେଶ ସିଦ୍ଧି ଜିଲାର ଜିଲାପାଳ ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବାଲ ଅଞ୍ଚଳରେ ଥିବା ଏକ ସରକାରୀ ହସ୍ପିଟାଲକୁ ଡାଇରିଆ ନିରାକରଣ ଅଭିଯାନରେ ବହୁ ଶିଶୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କଠାରେ ରକ୍ତହୀନତା ଲକ୍ଷଣ ଚିହ୍ନଟ ହୋଇଥିଲା। ଏତେସଂଖ୍ୟକ ଶିଶୁଙ୍କୁ ହସ୍ପିଟାଲରେ ରଖିବା ପାଇଁ ସ୍ଥାନର ଅଭାବ ଦେଖାଦେଇଥିଲା। ତେବେ ଏଥିରେ ବିଚଳିତ ନ ହୋଇ ଜିଲାପାଳ ଅଭିଷେକ ୧୦୦ ଶିଶୁଙ୍କୁ ଚିକିତ୍ସା ପାଇଁ ନିଜ ସରକାରୀ ବଙ୍ଗଳାକୁ ନେଇଯାଇଥିଲେ। ସେଠାରେ ଶିଶୁଙ୍କ ପରିବାର ସଦସ୍ୟଙ୍କ ପାଇଁ ଖାଇବା ପିଇବାର ବ୍ୟବସ୍ଥା ମଧ୍ୟ କରିଥିଲେ। ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ରାମରାଜ୍ୟକୁ ରାସ୍ତା

ପ୍ରସଙ୍ଗଟି ଆରମ୍ଭ କରୁଛି ରାମାୟଣ କଥାରୁ। ଚଉଦବର୍ଷ ବନବାସ ପରେ ଅଯୋଧ୍ୟାର ରାଜା ପ୍ରଭୁ ରାମଚନ୍ଦ୍ର ଏକ ସ୍ବତନ୍ତ୍ରସଭା ଡାକି ଉପସ୍ଥିତ ଗରୁ ବଶିଷ୍ଠ, ବ୍ରାହ୍ମଣଗଣ ଓ…

ହାଜତ ହିଂସା ଗଣତନ୍ତ୍ର ପାଇଁ କଳଙ୍କ

ଗତ ଏକ ମାସ ମଧ୍ୟରେ ଆମ ରାଜ୍ୟର ବିଭିନ୍ନ ଥାନା ହାଜତରେ ପୋଲିସ ଦ୍ୱାରା ବର୍ବରୋଚିତ ଅତ୍ୟାଚାର ବା ତଥାକଥିତ ଥାର୍ଡ ଡିଗ୍ରୀ ପ୍ରୟୋଗର ଖବର ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri