Posted inଜାତୀୟ

ଏଏପି ବିଧାୟକଙ୍କ ସମର୍ଥକଙ୍କୁ ଗୁଳିମାଡ: ଜଣେ ମୃତ, ଜଣେ ଆହତ

ନୂଆଦିଲ୍ଲୀ,୧୨।୨: ୨୦୧୫ର ସଫଳତା ଦୋହରାଇ ଅରବିନ୍ଦ କେଜ୍‌ରିୱାଲଙ୍କ ଆମ ଆଦମୀ ପାର୍ଟି(ଏଏପି)ପୁଣିଥରେ ଦିଲ୍ଲୀ ବିଧାନସଭା ଦଖଲ କରିଛି। ୭୦ ଆସନ ବିଶିଷ୍ଟ ଏହି ବିଧାନସଭା ନିର୍ବାଚନରେ ଆପ ୬୨ଟି ଆସନରେ ଜିତିପାରିଛି। ଏହି ବିଜୟ ପରେ ଚାରିଆଡେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ମହରୌଲି ବିଧାୟକ ନରେଶ ଯାଦବଙ୍କ ବିଜୟ ଶୋଭାଯାତ୍ରା ଚାଲିଥିବା ବେଳେ ଗୁଳିମାଡ ହୋଇଛି। ଏଥିରେ ଜଣେ ଏଏପି କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଅଶୋକ ମନ। ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବିଧାୟକ। ଏଏପି ଏମପି ସଞ୍ଜୟ ଯାଦ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବିଧାୟକଙ୍କ ବିଜୟ ଶୋଭାଯାତ୍ରା ଚାଲିଥିବାବେଳେ କିଛି ଅଜ୍ଞାତ ବ୍ୟକ୍ତି ଅଚାନକ ଗୁଳିବର୍ଷଣ କରିଥିଲେ। ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନରେଶ ଯାଦବ ଏହି ଘଟଣାକୁ ଦୁର୍ଭାଗ୍ୟପୂର୍ଣ୍ଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri