Posted inଖେଳ

ଏଏଫ୍‌ସି ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ଆଶାଲତା

କୁଆଲାଲମ୍ପୁର, ୧୫ା୧୧ (ପି.ଟି.)-ଡିସେମ୍ବର ୨ରେ ହଂକଂସ୍ଥିତ କନ୍‌ଭେନ୍‌ଶନ ଆଣ୍ଡ୍‌ ଏକ୍‌ଜିିବିଶନ ସେଣ୍ଟରରେ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାରତୀୟ ମହିଳା ଫୁଟ୍‌ବଲ ଦଳର ଅଧିନାୟିକା ଆଶାଲତା ଦେବୀଙ୍କ ନାମ ଏଏଫ୍‌ସି ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଁ ସୁପାରିସ ହୋଇଛି। ଇମ୍ଫାଲର ଏହି ୨୬ ବର୍ଷୀୟା ଫୁଟ୍‌ବଲର ୨୦୧୯ ସାଫ୍‌ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଛନ୍ତି। ଏହାଛଡ଼ା ତାଙ୍କ ନେତୃତ୍ୱରେ ଭାରତ ଅଲିମ୍ପିକ ୨୦୨୦ କ୍ୱାଲିଫାୟର୍ସ ୨ୟ ରାଉଣ୍ଡରେ ପ୍ରବେଶ କରିଥିଲା। ଏହି ଡିଫେଣ୍ଡରଙ୍କ ସହାୟତାରେ ତାଙ୍କ କ୍ଲବ ସେଥୁ ଏଫ୍‌ସି ଭାରତୀୟ ମହିଳା ଲିଗ୍‌ ଚାମ୍ପିୟନ ହୋଇଥିଲା। ଏହି ପ୍ରଦର୍ଶନକୁ ଭିତ୍ତି କରି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଆଶାଲତାଙ୍କ ନାମ ୨୦୧୮-୨୦୧୯ ସିଜନ ପାଇଁ ବର୍ଷର ଶ୍ରେଷ୍ଠ ମହିଳା ଖେଳାଳି ପୁରସ୍କାର ପାଇଁ ସୁପାରିସ କରିଛି। ମହିଳା ବିଭାଗରେ ଚାଇନାର ଲି’ ୟିଙ୍ଗ୍‌ଙ୍କ ନାମ ମଧ୍ୟ ସୁପାରିସ ହୋଇଛି। ସେ ଫିଫା ମହିଳା ବିଶ୍ୱକପ୍‌ ଫ୍ରାନ୍ସ ୨୦୧୯ ଟିମ୍‌ର ଅଂଶବିଶେଷ ଥିଲେ। ଜାପାନ ଅଧିନାୟିକା ସାକି କୁମାଗାଇଙ୍କ ନାମ ମଧ୍ୟ ଏଏଫ୍‌ସି ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଁ ସୁପାରିସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri