ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୬।୭: ଘୋଷଯାତ୍ରା ଯାଇଁ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି। ରୁର୍‌କିସ୍ଥିତ ସେଣ୍ଟ୍ରାଲ ମାଇନିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ(ସିବିଆର୍‌ଆଇ)ର ବିଶେଷଜ୍ଞମାନେ ଏହି ଯାଞ୍ଚରେ ସାମିଲ ଅଛନ୍ତି। ସିବିଆର୍‌ଆଇର ବିଶେଷଜ୍ଞ ଅଞ୍ଚଲ ମିତ୍ତଲ, ଏଏସ୍‌ଆଇର ଅଧୀକ୍ଷଣ ଯନ୍ତ୍ରୀ (ଦିଲ୍ଲୀ) ଅତୁଲ କୁଲକର୍ଣ୍ଣିଙ୍କ ସମେତ ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର୍‌ କମିଟି, ଶ୍ରୀମନ୍ଦିର ଅଧିକାରୀ ଓ ଇଞ୍ଜିନିୟର, ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଅନୁଧ୍ୟାନ କରୁଛନ୍ତି। ଜଗମୋହନ ପୋର୍ଟାଲ ଫ୍ରେମ୍‌ରେ ଲାଗିଥିବା ଲୋଡ୍‌ସେଲ, ନାଟମଣ୍ଡପ ବିମ୍‌ରେ ଲାଗିଥିବା ସେନ୍‌ସର ସ୍ଥିତି ପରଖିବେ। ଏତଦ୍‌ବ୍ୟତୀତ ଗର୍ଭଗୃହ ବାୟୁ ସଞ୍ଚାଳନ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରାଯିବ। ଭୋଗ ମଣ୍ଡପ ଚଟାଣ ଓ ରୋଷଘର କାମ ମଧ୍ୟ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri