ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ ବିଚାର କରାଯାଉଛି। ଏ ସଂକ୍ରାନ୍ତରେ ଜାତୀୟସ୍ତରରେ ଏକ ସର୍ବଦଳୀୟ ବୈଠକ ବୁଧବାର ନୂଆଦିଲ୍ଲୀଠାରେ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏ ବୈଠକକୁ ଦେଶର ସମସ୍ତ ପ୍ରମୁଖ ଜାତୀୟ ଏବଂ ଆଞ୍ଚଳିକ ଦଳର ସଭାପତିମାନଙ୍କୁ ଆମନ୍ତ୍ରଣ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳ ପକ୍ଷରୁ ଏହି ବୈଠକରେ ଯୋଗ ଦେବେ ବୋଲି ଜଣାପଡିଛି। ନବୀନ ବୁଧବାର ଏନେଇ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ବିଜେଡିର ସକାରାତ୍ମକ ଆଭିମୁଖ୍ୟ ରହିଆସିଛି। ୨୦୦୪ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ କରାଯାଉଛି। ତେଣୁ ବିଜେଡି ବୁଧବାର ବୈଠକରେ ଏକକ ନିର୍ବାଚନ ପ୍ରସଙ୍ଗକୁ ସମର୍ଥନ ଦେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ସାଧାରଣ ନିର୍ବାଚନ ପୂର୍ବରୁ ଲ’ କମିଶନ ମଧ୍ୟ ଏ ସଂକ୍ରାନ୍ତରେ ବିଭିନ୍ନ ଦଳଗୁଡ଼ିକର ମତାମତ ଲୋଡିଥିଲେ। ସେ ସମୟରେ ବିଜେଡି ମଧ୍ୟ ଏକକ ନିର୍ବାଚନ ସପକ୍ଷରେ ମତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri