ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ ଦେଖାଯାଇଛି। ବିଭିନ୍ନ ସ୍କୁଲରେ ପ୍ରଶ୍ନପତ୍ର ଅଭାବ ହେବାରୁ କେଉଁଠି ଜେରକ୍ସ ତ ଆଉ କେଉଁଠି ବ୍ଲାକବୋର୍ଡରେ ଇତିହାସ, ଭୂଗୋଳ ପ୍ରଶ୍ନ ଲେଖି ବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ପରିଚାଳନା କରିଛନ୍ତି। ଏପରିକି କିଛି ସ୍କୁଲରେ ବିଳମ୍ବରେ ପ୍ରଶ୍ନପତ୍ର ପହଞ୍ଚତ୍ଛି। ପୁରୀ ଜିଲାର ବ୍ରହ୍ମଗିରି, ଅସ୍ତରଙ୍ଗ, ପିପିଲି, କାକଟପୁର, ଗୋପ ଅଞ୍ଚଳ ସମେତ କେନ୍ଦ୍ରାପଡ଼ାର ଅନେକ ସ୍ଥାନରେ ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି।
ପୁରୀ ସହର ଉପକଣ୍ଠସ୍ଥ ସର୍ବୋଦୟ ନଗର ତ୍ରିଲୋଚନ ଆଦର୍ଶ ପ୍ରକଳ୍ପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ପିପିଲିର ପୀତବାସ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଶ୍ନପତ୍ର ନିଅଣ୍ଟ ପଡ଼ିିବାରୁ ବ୍ଲାକବୋର୍ଡରେ ପ୍ରଶ୍ନ ଲେଖାଯାଇଥିଲା। ପୁରୀର ଦତ୍ତତୋଟା ପ୍ରାଥମିକ ବିଦ୍ୟାଳୟ ଓ ଗୋପ ବ୍ଲକର ଷୋଳପୁରସ୍ଥିତ ମା’ ଚର୍ଚ୍ଚିକା ପ୍ରାଥମିକ ବିଦ୍ୟାଳୟ ସମେତ କେତେକ ସ୍କୁଲରେ ପ୍ରଶ୍ନପତ୍ର ଜେରକ୍ସ କରି ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିଲା। ଏପରି କି ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ହୋଇଥିବା ମଧ୍ୟ ଚର୍ଚ୍ଚା ହୋଇଥିଲା। ନିର୍ଦ୍ଧାରିତ ସମୟରେ ପ୍ରଶ୍ନପତ୍ର ନ ପହଞ୍ଚତ୍ବାରୁ ଷୋଳପୁର ବିଦ୍ୟାଳୟରେ ସପ୍ତମଶ୍ରେଣୀ ଛାତ୍ରୀଛାତ୍ର ପ୍ରାୟ ଦେଢଘଣ୍ଟା ବିଳମ୍ବରେ ପରୀକ୍ଷା ଦେଇଥିଲେ। ଶିକ୍ଷା ଅଭିଯାନ ପୁରୀ ଜିଲା ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟ ମଞ୍ଜରୀ ଦାସ କହିଛନ୍ତି, ଯଦି କୌଣସି ବିଦ୍ୟାଳୟରେ ପ୍ରଶ୍ନପତ୍ର ନିଅଣ୍ଟିଆ ରହିବ ତେବେ ଜେରକ୍ସ କରି ପିଲାଙ୍କୁ ଦେବା ପାଇଁ ସମ୍ପୃକ୍ତ ବିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନେ ତାଙ୍କ ହେପାଜତରେ ଜେରକ୍ସ କରିବେ ବୋଲି କୁହାଯାଇଥିଲା। ବ୍ଲାକ୍‌ବୋର୍ଡରେ ପ୍ରଶ୍ନପତ୍ର ଲେଖାଯିବା ପାଇଁ କାହାକୁ କୁହାଯାଇ ନ ଥିଲା। ପ୍ରଶ୍ନପତ୍ର ପ୍ରଘଟ ହେବା ନେଇ କୌଣସି ଅଭିଯୋଗ ଆମ ପାଖକୁ ଆସିନାହିଁ। ଯଦି ଏପରି କିଛି ହୋଇଥିବ ତା’ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦାସ କହିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଏହି ପରୀକ୍ଷା ୨୯ତାରିଖରୁ ଆରମ୍ଭ ହେବାର ଥିଲା। କିନ୍ତୁ ବର୍ଷା କାରଣରୁ ସମସ୍ତ ସ୍କୁଲରେ ପ୍ରଶ୍ନପତ୍ର ପହଞ୍ଚତ୍ ପାରି ନ ଥିବାରୁ ପରୀକ୍ଷାକୁ ଘୁଞ୍ଚାଯାଇଥିଲା। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ କାର୍ଯ୍ୟକ୍ରମ(ଓସେପା)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ୨୮ତାରିଖ ଦିନ ସମସ୍ତ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ଲେଖିଥିଲେ। ଉଲ୍ଲେଖଯୋଗ୍ୟ, ପୂର୍ବରୁ ରାଜ୍ୟର ସମସ୍ତ ସ୍କୁଲ ନିଜ ନିଜ ସମୟରେ ପିଲାଙ୍କ ଅର୍ଦ୍ଧବାର୍ଷିକ ପରୀକ୍ଷା କରୁଥିଲେ। ତେବେ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣି ଚଳିତବର୍ଷରୁ ସମସ୍ତଙ୍କ ପାଇଁ ଏକକ ପରୀକ୍ଷା କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ହେଲେ ପରୀକ୍ଷା ପରିଚାଳନାରେ ତ୍ରୁଟିକୁ ବିଭାଗ ସ୍ବୀକାର କରିବା ସହ ଆସନ୍ତାବର୍ଷରୁ ଏଥିରେ ସୁଧାର ଆସିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri