ଦାରିଙ୍ଗବାଡି,୨।୧୧(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୨୫ ପଞ୍ଚାୟତରେ ରହିଥିବା ପ୍ରାୟ ୩ ଶହ ବିଦ୍ୟାଳୟରେ ଶୁକ୍ରବାର ଏକକ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ତେବେ ପରିଚାଳନାଗତ ତ୍ରୁଟି ଯୋଗୁ ପରୀକ୍ଷାର୍ଥୀଙ୍କୁ ହଟହଟା ହେବାକୁ ପଡିଛି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ମୋଟ ୧୮,୫୭୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ରହିଥିବାବେଳେ ପ୍ରଥମରେ ୨୬୧୧, ଦ୍ୱିତୀୟରେ ୨୫୦୩, ତୃତୀୟରେ ୨୪୦୮, ଚତୁର୍ଥରେ ୨୩୭୯, ପଞ୍ଚମରେ ୨୪୧୦, ଷଷ୍ଠରେ ୨୦୦୭, ସପ୍ତମରେ ୨୦୧୮ ଏବଂ ଅଷ୍ଟମରେ ୨୨୪୨ ଜଣ ପରୀକ୍ଷାର୍ଥୀ ଅଛନ୍ତି। ତେବେ ତୃତୀୟ ଭାଗ ଇଂଲିଶ ପ୍ରଶ୍ନପତ୍ର ପହଞ୍ଚତ୍ ନ ଥିବାବେଳେ ସପ୍ତମ ଏବଂ ଅଷ୍ଟମରେ ଇତିହାସ ପ୍ରଶ୍ନପତ୍ର ପହଞ୍ଚତ୍ନାହିଁ। ଫଳରେ ଗୋଟିଏ ପ୍ରଶ୍ନପତ୍ର ଯୋଗାଡକରି ଜେରକ୍ସ କରାଯାଇଥିବା ଜଣାପଡିଛି। ଏ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଦାରିଙ୍ଗବାଡି ବିଇଓ କାର୍ଯ୍ୟାଳୟ ପକ୍ଷରୁ ପ୍ରଶ୍ନପତ୍ର ନିଅଣ୍ଟ ଏବଂ ପ୍ରଶ୍ନପତ୍ର ନଥାଇ ପରୀକ୍ଷା କରାଯାଉଥିବା ଘଟଣାକୁ ଚପାଇଦେବାକୁ ଉଦ୍ୟମ କରାଯାଇଛି। କନ୍ଧମାଳ ସୁରକ୍ଷା ଅଭିଯାନର ଆବାହକ ପ୍ରତାପ କୁମାର ପ୍ରଧାନ ଅଭିଯୋଗ କରିଛନ୍ତି ଯେ, ଦାରିଙ୍ଗବାଡିରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ବିଭାଗୀୟ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ଏନେଇ ବିଇଓ ବ୍ରହ୍ମାନନ୍ଦ ରାଉତଙ୍କୁ ଫୋନ ଯୋଗେ ଯୋଗାଯୋଗ କରିଥିଲେ ମଧ୍ୟ ସେ ରିସିଭ କରି ନ ଥିଲେ। ବିଆର୍ସିସି ତଥା ଏବିଇଓ ସୁବାସିନୀ ଦିଗାଳଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, କିଛି ପ୍ରଶ୍ନପତ୍ର ପହଞ୍ଚତ୍ବାରେ ସମସ୍ୟା ରହିଥିଲା, ତାକୁ ସମାଧାନ କରାଯାଉଛି।
ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର
ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…
ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ
ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…
ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ
ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…
କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା
ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…
ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ
ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…
ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି ।…
ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ
ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…
ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…
Archives

