ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। କମିଟି ଆସନ୍ତା ୧୫ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ବିଦ୍ୟାଳୟ ଓ ଗଣିଶକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ଏକକ ପରୀକ୍ଷାର ପ୍ରଥମ ଦିନରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ପ୍ରାୟ ୧୪% ପ୍ରଶ୍ନପତ୍ର ଅଭାବ ପଡ଼ିବାରୁ ବିଭିନ୍ନ ସ୍କୁଲରେ କଳାପଟାରେ ପ୍ରଶ୍ନ ଲେଖାଯାଇଥିଲା। ଏପରି କି କେତେକ ସ୍ଥାନରେ ଜେରକ୍ସ କରାଯାଇ ମଧ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନପତ୍ର ଦିଆଯାଇଥିଲା। ଏଭଳି ଅବ୍ୟବସ୍ଥା ଯୋଗୁ ବିଭିନ୍ନ ସ୍ଥାନରେ ପରୀକ୍ଷା ବିଳମ୍ବରେ ଆରମ୍ଭ ହୋଇଥିଲା। ଏନେଇ ଶିକ୍ଷା ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଭାଗ ଏହାକୁ ଗୁରୁତର ସହ ନେଇ ତ୍ରୁଟିକୁ ସୁଧାରିବା ପାଇଁ ଚେଷ୍ଟା ଚଳାଇଛି। ଏସ୍‌ପିଡି, ଓପେପାଙ୍କ ତଥ୍ୟ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ପ୍ରଶ୍ନପତ୍ର ବଣ୍ଟନରେ ସାମାନ୍ୟ ତ୍ରୁଟିବିଚ୍ୟୁତି ପରିଲକ୍ଷିତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଏହାକୁ ସୁଧାରି ଦିଆଯାଇଛି ଏବଂ ୩ କୋଟି ୯ ଲକ୍ଷ ୬୪ ହଜାର ୬୧୩ ପ୍ରଶ୍ନପତ୍ର ବିଭିନ୍ନ ବିଦ୍ୟାଳୟକୁ ବିତରଣ କରାଯାଇଛି।
ଭବିଷ୍ୟତରେ ଏକକ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଏବଂ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା ଲାଗି ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବ ବୋଲି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ସ୍ଥିର କରାଯାଇଛି। ସେହିପରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଥିବା ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ଏମ୍‌ଏଲ୍‌ଇ ପ୍ରଶ୍ନପତ୍ର ମଧ୍ୟ ପ୍ରସ୍ତୁତି ପାଇଁ ସ୍ଥିର ହୋଇଛି। ଓପେପା ଏସ୍‌ପିଡି, ସ୍ବତନ୍ତ୍ର ସଚିବ ବିଶ୍ୱନାଥ ପ୍ରଧାନ, ଏସ୍‌ଇଆର୍‌ଟି ନିର୍ଦ୍ଦେଶକ ଗଙ୍ଗାଧର ସାହୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri