ଖୁଣ୍ଟା,୭ା୨(ଡ଼ି.ଏନ୍.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ ବିଦ୍ୟାଳୟରେ ଷଷ୍ଠରୁ ଦ୍ୱାଦଶ ପର୍ଯ୍ୟନ୍ତ ମୋଟ ୪୦୮ ଜଣ ଛାତ୍ରୀଛାତ୍ର ପଢୁ ଥିବାବେଳେ ସେମାନଙ୍କୁ ନିୟମିତ ଭାବେ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଆର୍ଥିକ ବର୍ଷର ନଭେମ୍ବର ମାସ ସୁଦ୍ଧା ପୋଷାକ ପତ୍ର ସମେତ ଚପଲ, ବେଡ଼ସିଟ ଓ ଖାତା ଇତ୍ୟାଦି ମିଳି ଆସୁଥିଲା। ମାତ୍ର ଚଳିତ ଆର୍ଥିକ ବର୍ଷର ଫେବୃଆରୀ ମାସ ହୋଇଥିଲେ ହେଁ କେବଳ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ପୋଷାକ ପାଇଥିବା ବେଳେ ଅନ୍ୟ ସାମଗ୍ରୀ ପାଇ ନାହାନ୍ତି । ସେହିପରି ଦଶମ ଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ଶ୍ରେଣୀର ଛାତ୍ରୀଛାତ୍ରମାନେ କୌଣସି ସାମଗ୍ରୀ ପାଇ ନାହାନ୍ତି। ଏପରିସ୍ଥଳେ ଫେବୃଆରୀ ମାସଠାରୁ ବିଭିନ୍ନ ଶ୍ରେଣୀର ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ପରୀକ୍ଷା ପରେ ଏସବୁ ସାମଗ୍ରୀ ମିଳିବକି ନାହିଁ ଏହି ଆଶଙ୍କାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଗୁରୁବାର ଛାତ୍ରୀଛାତ୍ରମାନେ ଶ୍ରେଣୀକୁ ନ ଯାଇ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ପ୍ରଶାନ୍ତ କୁମାର ରାୟଗୁରୁ ପିଲାମାନଙ୍କୁ ବୁଝାସୁଝା କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଖବର ପାଇ ଉଦଳା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଦେବଦତ୍ତ ପଣ୍ଡା ପହଞ୍ଚି ଛାତ୍ରୀଛାତ୍ରମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ସୋମବାର ସୁଦ୍ଧା ସମସ୍ତ ସାମଗ୍ରୀ ପିଲାମାନଙ୍କୁ ଯୋଗାଇ ଦିଆଯିବା ବୋଲି ପ୍ରକଳ୍ପ ପ୍ରଶାସକ ପଣ୍ଡା ପ୍ରତିଶ୍ରୁତି ଦେବାପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡ଼ିଥିଲେ ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
Archives

