Posted inଖେଳ

ଏକାଡେମୀରେ ଖେଳିବା ପାଇଁ ପୁଅଙ୍କ ଭଳି ଚୁଟି କାଟିଥିଲେ ଶେଫାଳି

ନୂଆଦିଲ୍ଲୀ, ୪6।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷ ୪ର୍ଥ ଟି୨୦ ମ୍ୟାଚ୍‌ରେ ଭାରତକୁ ଜିତାଇବାରେ ୧୫ ବର୍ଷୀୟା ଓପନର୍‌ ଶେଫାଳି ବର୍ମାଙ୍କ ଉଲ୍ଲେଖନୀୟ ଅବଦାନ ରହିଥିଲା। ଏହି ମ୍ୟାଚ୍‌ରେ ଶେଫାଳୀ ୩୩ ବଲରୁ ୪୬ ରନର ଦ୍ରୁତ ଇନିଂସ ଖେଳିଥିଲେ। ଡାହାଣହାତୀ ବ୍ୟାଟ୍ସଓମ୍ୟାନ ଶେଫାଳିଙ୍କ ଏହି ଇନିଂସ ଯୋଗୁ ଭାରତ ୫୧ ରନରେ ମ୍ୟାଚ୍‌କୁ ଜିତିନେଇଥିଲା। ରୋହତକ ଜନ୍ମିତ ଶେଫାଳୀଙ୍କ ଲାଗି ଏହା ଏକ ସ୍ବର୍ଣ୍ଣିମ ମୁହୂର୍ତ୍ତ ରହିଥିବାବେଳେ ତାଙ୍କ ବିଷୟରେ ଏକ ରୋଚକ ଖବର ଏବେ ସାମ୍ନାକୁ ଆସିଛି। କ୍ୟାରିୟର ଆରମ୍ଭରେ କ୍ରିକେଟ୍‌ ଏକାଡେମୀରେ ଖେଳିବା ପାଇଁ ଶେଫାଳିଙ୍କୁ ପୁଅଙ୍କ ଭଳି ଚୁଟି କାଟିବାକୁ ପଡ଼ିଥିଲା ବୋଲି ବାପା ସଞ୍ଜୀବ ବର୍ମା ଏକ ସାକ୍ଷାତକାର ଅବସରରେ କହିଛନ୍ତି। ରୋହତକରେ ବାଳିକାଙ୍କ ଲାଗି ଗୋଟିଏ ହେଲେ କ୍ରିକେଟ୍‌ ଏକାଡେମୀ ନ ଥିଲା। ତେଣୁ ଶେଫାଳିଙ୍କୁ ବାଳକ ଏକାଡେମୀରେ ଖେଳାଯାଇବା ପାଇଁ ତାଙ୍କ ବାପା ନିଷ୍ପତ୍ତି ନେଇଥିଲେ। ଏଥିଲାଗି ତାଙ୍କୁ ପୁଅଙ୍କ ଭଳି ଚୁଟି କାଟି ‘ବାଳକ’ ଭାବେ ଏକାଡେମୀରେ ଖେଳିବାକୁ ପଡ଼ିଥିଲା। ଶେଫାଳିଙ୍କୁ କାଳେ କିଏ ଚିହ୍ନି ଦେବ ଏହା ମଧ୍ୟ ସଞ୍ଜୀବଙ୍କ ମନରେ ଭୟ ରହିଥିଲା। କିନ୍ତୁ ସୌଭାଗ୍ୟବଶତଃ କେହି ମଧ୍ୟ ଏହା ଜାଣିପାରି ନ ଥିଲେ। ଶେଫାଳିଙ୍କ ଏହି ହେୟାର ଷ୍ଟାଇଲ ନିକଟରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପଦାର୍ପଣ ମ୍ୟାଚ୍‌ରେ ଦେଖିବାକୁ ମିଳିଥିଲା। ଟି୨୦ କ୍ରିକେଟ୍‌ରୁ ବରିଷ୍ଠ ଖେଳାଳି ମିଥାଲି ରାଜଙ୍କ ଅବସର ପରେ ଶେଫାଳିଙ୍କୁ ଭାରତୀୟ ଦଳରୁ ଡାକରା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?