ଏକାଥରକେ ଦାନ୍ତ ଘଷି ଗିନିଜ୍‌ ବିଶ୍ୱ ରେକର୍ଡ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଜଣେ କି ଦୁଇଜଣ ନୁହେଁ, ଗୋଟିଏ ସ୍ଥାନରେ ଏକାସାଙ୍ଗରେ ୨୬,୩୮୨ଜଣ ଦାନ୍ତ ଘଷିି କରିଛନ୍ତି ବିରଳ ବିଶ୍ୱ ରେକର୍ଡ। ଗୁରୁବାର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ(କିସ୍‌) ପରିସରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିସ୍‌ ଛାତ୍ରୀଛାତ୍ର, ଅନୁଷ୍ଠାନର କର୍ମଚାରୀ ଏବଂ ଜନଜାତିର ପିଲାମାନଙ୍କ ସମେତ ମୋଟ ୨୬,୩୮୨ ଲୋକ ସାମୁହିକ ଦାନ୍ତ ଘଷିି ନୂତନ ଗିନିଜ୍‌ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। କୋଲ୍‌ଗେଟ୍‌ ପାମୋଲିଭ୍‌ ଇଣ୍ଡିଆ ଲିମିଟେଡ, ଇଣ୍ଡିଆନ୍‌ ଆସୋସିଏଶନ ଅଫ୍‌ ପବ୍ଲିକ ହେଲ୍‌ଥ ଡେଣ୍ଟିଷ୍ଟ୍ର୍ରି (ଆଇଏପିଏଚଡି) ଏବଂ କିସ୍‌ର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ ସମସ୍ତେ କୋଲଗେଟ ଟୁଥ୍‌ପେଷ୍ଟ ଏବଂ କୋଲଗେଟ ଟୁଥ୍‌ବ୍ରଶରେ ଦାନ୍ତ ଘଷିଥିଲେ। ଓରାଲ୍‌ ହେଲ୍‌ଥ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ନିମନ୍ତେ କୋଲଗେଟ୍‌ର ‘କିପ୍‌ ଇଣ୍ଡିଆ ସ୍ମାଇଲିଂ’ ମିଶନ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କୋଲ୍‌ଗେଟ୍‌ ପାମୋଲିଭ୍‌ ଇଣ୍ଡିଆ ପରିଚାଳନା ନିର୍ଦ୍ଦେଶକ ରାମ ରାଘବନ ଏବଂ ଇଣ୍ଡିଆନ୍‌ ଆସୋସିଏଶନ୍‌ ଅଫ୍‌ ପବ୍ଲିକ ହେଲ୍‌ଥ ଡେଣ୍ଟିଷ୍ଟ୍ରିର ସମ୍ପାଦକ ଡ. ସବ୍ୟସାଚୀ ଶାହା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri