ଅନୁଗୋଳ ଅଫିସ, ୨୫।୩ – କରୋନା ଭାଇରସ୍ ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଦେଶରେ ଜନତା କର୍ପ୍ୟୁ ପାଳନ କରାଯାଇଥିଲା। ଏହାକୁ ଦେଶବ୍ୟାପୀ ସ୍ବାଗତ କରାଯାଇଥିବା ବେଳେ ଅନୁଗୋଳ ଜିଲା ସୁନାଭୁଇ ଗ୍ରାମର ଏକ ପରିବାର ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ସମ୍ମାନ ଜଣାଇ ତଥା ଜନତା କର୍ଫ୍ୟୁକୁ ସମର୍ଥନ ଦେଇ ଉକ୍ତ ଦିନ ଜଣେ ମୃତକଙ୍କ ଦଶାହ କର୍ମ ନ କରି ଘୁଞ୍ଚାଇ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଦଶାହ କର୍ମ ପାଇଁ ବନ୍ଧୁବାନ୍ଧବ, ସାହିଭାଇ, ବ୍ରାହ୍ମଣ, ବାରିକ ପହଞ୍ଚି ତୁଠକୁ ଯିବାକୁ ବାହାରିଥିଲେ। ହେଲେ କର୍ଫ୍ୟୁ ଲାଗିଥିବାରୁ ଦଶାହ କର୍ମକୁ ସ୍ଥଗିତ ରଖି ଏକାଦଶାହ ଦିନ କରାଯିବ ବୋଲି ପରିବାର ଲୋକେ ନିଷ୍ପତ୍ତି ନେବା ସହ ସୋମବାର ତାହା ସମ୍ପନ୍ନ କରିଥିଲେ। ସମ୍ପୃକ୍ତ ପରିବାର ଲୋକଙ୍କ ଏପରି ନିଷ୍ପତ୍ତିକୁ ଅନୁଗୋଳବାସୀ ଉଚ୍ଚ ପ୍ରଶଂସା କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…
ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…
ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ
ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…
ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…
ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…
ଅମରନାଥଙ୍କୁ ପିଟିଲା କାର୍, ଚାଲିଗଲା ଜୀବନ
ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…
ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ
ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…
ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…
ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…
Archives

