Posted inଖେଳ

ଏଚ୍‌ସିଏରେ ଦୁର୍ନୀତି ଅଭିଯୋଗ; ତେଲେଙ୍ଗାନା ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାୟୁଡୁ

ହାଇଦ୍ରାବାଦ,୨୪।୧୧(ପି.ଟି.)- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ। ଏଥିସହିତ ରାଜ୍ୟର ନଗରପାଳିକା ପ୍ରଶାସନିକ ମନ୍ତ୍ରୀ କେ.ଟି. ରାମାରାଓଙ୍କ ହସ୍ତକ୍ଷେପ ମଧ୍ୟ ଲୋଡ଼ିଛନ୍ତି। ଶନିବାର ଏକ ଟୁଇଟ୍‌ କରି ରାୟୁଡୁ ଲେଖିଛନ୍ତି, ସାର କେ.ଟି.ଙ୍କୁ ମୋ ଅନୁରୋଧ ଏଚ୍‌ସିଏକୁ ଦୁର୍ନୀତିମୁକ୍ତ କରନ୍ତୁ। ଅର୍ଥ ଓ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ଦ୍ୱାରା ପ୍ରଭାବିତ ହେଲେ ହାଇଦ୍ରାବାଦ କେଉଁଭଳି ଏକ ଭଲ କ୍ରିକେଟ ଟିମ୍‌ ହୋଇପାରିବ ବୋଲି ପ୍ରଶ୍ନ କରିଛନ୍ତି। ଉଲ୍ଲେଖଥାଉ କି, ରାୟୁଡୁ ଗତ ବିଶ୍ୱକପ୍‌ ବେଳେ ଅବସର ଘୋଷଣା କରିବା ପରେ ଫେରିଥିଲେ। ତାଙ୍କ ନେତୃତ୍ୱରେ ହାଇଦ୍ରାବାଦ ଦଳ ବିଜୟ ହଜାରେ ଓ ସୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ଖେଳିଥିଲା। ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ନିକଟରେ ଏଚ୍‌ସିଏର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ରାୟୁଡୁଙ୍କ ଟୁଇଟ୍‌ ସମ୍ପର୍କରେ ଆଝାରୁଦ୍ଦିନ କୌଣସି କମେଣ୍ଟ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri