ଏଟିଏମ୍‌ରେ ଜାଲ ନୋଟ ଭର୍ତ୍ତି ଅଭିଯୋଗରେ ଜଣେ ଗିରଫ

ବଡ଼ସାହି,୧୯ା୩(ସ୍ବ.ପ୍ର)- ବ୍ୟାଙ୍କ ଏଟିଏମ୍‌ରେ ଜାଲ ନୋଟ ଭର୍ତ୍ତି କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପୋଲିସ ବୁଧବାର ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଛେଳିଆ(ବି) ଗ୍ରାମର ପୂର୍ଣ୍ଣଚନ୍ଦ୍ର ଜେନା। ପୋଲିସ ସୂଚନା ଅନୁଯାୟୀ, ବଡ଼ସାହି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଥିବା ଏଟିଏମ୍‌ ମେଶିିନରେ ୫ଟି ୫ଶହ ଟଙ୍କିଆ ଜାଲ ନୋଟକୁ ପୂର୍ଣ୍ଣଚନ୍ଦ୍ର ଭର୍ତ୍ତି କରିଥିଲେ ା ମେଶିନଟି ବାରମ୍ବାର ସେହି ନୋଟ ଗୁଡିକୁ କାଢି ଦେଉଥିବା ବେଳେ ୪ର୍ଥ ଥରରେ ତାହା ଯାଇ ରିଜେକ୍ଟ ଚାମ୍ବରରେ ରହିଥିଲା ା ବ୍ୟାଙ୍କ କର୍ମଚାରୀ ଟଙ୍କା ଭର୍ତ୍ତି କରିବାକୁ ଯାଇଥିବା ବେଳେ ଏହି ରିଜେକ୍ଟ ଚାମ୍ବରକୁ ଦେଖି ଜାଲ ନୋଟ ଭର୍ର୍ତ୍ତି କରିଥିବା ବ୍ୟକ୍ତିଙ୍କ ସମ୍ପର୍କରେ ତଥ୍ୟ ଅନୁସନ୍ଧାନ କରିଥିଲେ ା ବ୍ୟାଙ୍କ ଆକାଉଣ୍ଟ ନମ୍ବରରେ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ମିଳିବା ପରେ ଶାଖା ପରିଚାଳକ ବଡ଼ସାହି ଥାନାରେ ଏକମାସ ପୂର୍ବେ ଏତଲା ଦେଇଥିଲେ ା ଏତାଲାକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୭/୨୦୨୦) ରୁଜୁ କରି ତଦନ୍ତ ଚଳାଇଥିଲା। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri