ଏଟିଏମ୍‌ ଠକ ଗିରଫ : ୫୯ ହଜାର ଟଙ୍କା, ୯ କାର୍ଡ ଜବତ

ଆସିକା,୧୧ା୦୭ (ଡି.ଏନ୍‌.ଏ.)-ଏଟିଏମ୍‌କୁ ଟଙ୍କା ଉଠାଣ ପାଇଁ ଯାଉଥିବା ଅନଭିଜ୍ଞ ବ୍ୟକ୍ତିଙ୍କୁ ସହାୟତା କରିବା ଆଳରେ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଆସିକା ପୋଲିସ ଗିରଫ କରିଛି। ସେ ହେଲେ ଆସିକା ଥାନା ବାବନପୁରର ସନ୍ତୋଷ ପଟ୍ଟନାୟକ। ଆସିକା ଥାନା ଇଲାକାରେ ଘଟିଥିବା ୩ ଓ ହିଞ୍ଜିଳି ଥାନା ଇଲାକାର ୨ଟି ଏଟିଏମ୍‌ ଠକେଇ ଘଟଣାରେ ସନ୍ତୋଷ ସମ୍ପୃକ୍ତ ଥିବା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି। ଏହି ଘଟଣାରେ ସେ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ତାଙ୍କ ପାଖରୁ ୫୯ହଜାର ଟଙ୍କା ଓ ୯ଟି ଜାଲ ଏଟିଏମ୍‌ କାର୍ଡ ଜବତ ହୋଇଛି। ସହାୟତା କରିବାକୁ ଯାଇ କାର୍ଡ ବଦଳ କରି ଏପରି ଠକେଇ କରୁଥିବା ତଦନ୍ତ ବେଳେ ଜଣାପଡିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୨୧୫, ୨୧୬ ଓ ୨୨୧/୧୯ରେ ୩ଟି ମାମଲା ରୁଜୁ ହୋଇଥିଲା ବେଳେ ହିଞ୍ଜିଳି ଥାନାରେ ନଂ.୧୬୬ ଓ ୧୬୭/୧୯ରେ ୨ଟି ମାମଲା ରୁଜୁ ହୋଇଛି ା ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ପକ୍ଷରୁ ଜଣେ ଅଭ୍ୟାସଗତ ଅପରାଧୀ ଭାବେ ଚିହ୍ନଟ କରାଯାଇ ଦଣ୍ଡବିଧି ଆଇନର ୧୧୦ ଦଫାରେ ମାମଲା ରୁଜୁ କରାଯାଇ ଭଞ୍ଜନଗର ଉପଜିଲାପାଳଙ୍କ ନିକଟକୁ ଅଭିଯୋଗ ଫର୍ଦ୍ଦ ପଠାଯାଇଇଛି। ଗିରଫ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri