ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା/ବସ୍ତା, ୧୮।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ବଜାରରେ ଥିବା ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶୁକ୍ରବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୪/୧୯) ରୁଜୁ କରି ତଦନ୍ତ ଜାରି ରଖିଛି। ଦୁର୍ବୃତ୍ତମାନେ ରାତିରେ ଏଟିଏମ୍‌ ଶଟର ଭାଙ୍ଗିବା ସହ ମେଶିନ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଥିଲେ। ମାତ୍ର ଦୁର୍ବୃତ୍ତମାନେ ବିଫଳ ହୋଇ ପଳାଇଥିଲେ। ସକାଳେ ସ୍ଥାନୀୟ ଲୋକେ ଏଟିଏମ୍‌ ଭଙ୍ଗାଯାଇଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ବାଲେଶ୍ୱର ଏଟିଏମ୍‌ ଅଫିସର ଯାଜପୁର ଜିଲା କୋରେଇ ଥାନା ସାନ୍ତାସାହି ଅଞ୍ଚଳର ରଞ୍ଜନ କୁମାର ବାରିକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବସ୍ତା ଏସ୍‌ଡ଼ିପିଓ ରଣଜିତ୍‌ ପୃଷ୍ଟି, ସିଂଲା ଥାନା ଆଇଆଇସି ସୁବ୍ରତ କୁମାର ବେହେରା, ସାର୍ଥା ଫାଣ୍ଡି ଏଏସ୍‌ଆଇ ଡିଏନ୍‌ ସିଂ ପ୍ରମୁଖ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ସିସିଟିଭି ଫୁଟେଜ୍‌ରେ କଏଦ ହୋଇଥିବା ଫଟୋକୁ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?