ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଇନ୍ଦ୍ରଜିତ୍‌ ଏଟିଏମ୍‌ ଟଙ୍କା ଭରା ଗାଡ଼ିରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, ସକାଳ ପ୍ରାୟ ୮ ଟା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଂଶୁଘାତଜନିତ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ସ୍ପଷ୍ଟ ହେବ ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍‌

ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ...

ଝିଅ ଜନ୍ମହେବାରୁ ମାରିଦେଲେ

ଜଳେଶ୍ୱର,୧୯।୬(ନବୀନ ସାହୁ): ଜଳେଶ୍ୱର ପୌରପାଳିକାର ଉପାଧ୍ୟକ୍ଷା ପୁଷ୍ପପ୍ରିୟା କାମିଳାଙ୍କ ପୁଅ ରିତେଶ କାମିଳା ୨୦୨୨ରେ ନିକଟସ୍ଥ ଚକବିଷ୍ଣୁ ଗ୍ରାମର ଜଳଧର ପ୍ରଧାନଙ୍କ କନ୍ୟା ନମିତା(୨୪)ଙ୍କୁ ଭଲ...

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ...

ଲାଞ୍ଚ ନେଲା ବେଳେ ASI ଙ୍କୁ ମାଡିବସିଲା ଭିଜିଲାନ୍ସ, ଜମି ବିବାଦ ପାଇଁ…

ପୁରୀ,୧୮।୬: ବୁଧବାର ପୁରୀ ଜିଲା ଚନ୍ଦନପୁର ଥାନାର ସହକାରୀ ଉପ-ନିରୀକ୍ଷକ (ଏଏସଆଇ) ପ୍ରଭାତ କୁମାର ପ୍ରଧାନଙ୍କୁ ଭିଜିଲାନ୍ସ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ...

କାର୍ଯ୍ୟରେ ଅବହେଳା: ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସସ୍‌ପେଣ୍ଡ

ଧର୍ମଶାଳା,୧୮।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ଯ୍ୟରେ ଅବହେଳା ଲାଗି...

ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ଭିଡିଓ ପୋଷ୍ଟ କରି ଯୁବକ ଗିରଫ

ଭୁବନେଶ୍ୱର,୧୮।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ତିଆରି ଭିଡିଓ ସୋସିଆଲ୍ ମିଡିଆରେ ପୋଷ୍ଟ କରିବା ଅଭିଯୋଗରେ ରାୟଗଡ଼ା ଜିଲାର ଜଣେ ଯୁବକଙ୍କୁ କ୍ରାଇମ ବ୍ରାଞ୍ଚ ଗିରଫ...

ନବୀନ ପଟ୍ଟନାୟକଙ୍କୁ ହୋଇଥିବା ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ରୋଗ କ’ଣ, ଏହାର ଚିକିତ୍ସା କିପରି ହୁଏ ?

ଭୁବନେଶ୍ୱର,୧୮।୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଚାଲିଥିବା ଚର୍ଚ୍ଚା ମଧ୍ୟରେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ (Cervical Arthritis) ଚିକିତ୍ସା ପାଇଁ ସେ ମୁମ୍ବାଇ...

ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି

ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri