Posted inଖେଳ

ଏଟିପି ମ୍ୟାଚ୍‌ ଜିତିବାରେ ଲି ପ୍ରଥମ ବଧିର ଖେଳାଳି

ଓ୍ବାଶିଂଟନ, ୨୦।୮ (ଏଏଫ୍‌ପି)- ଦକ୍ଷିଣ କୋରିଆର ଲି ଡକ୍‌-ହେ ପ୍ରଥମ ବଧିର ଟେନିସ ଖେଳାଳି ଭାବେ ଏଟିପି ମୁଖ୍ୟ ପର୍ଯ୍ୟାୟର ଏକ ମ୍ୟାଚ୍‌ ଜିତିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏଠାରେ ଚାଲିଥିବା ଏଟିପି ଓ୍ବିନଷ୍ଟୋନ-ସାଲେମ ଓପନ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ବିଶ୍ୱ ମାନ୍ୟତାର ୨୧୨ତମ ସ୍ଥାନରେ ରହିଥିବା ୨୧ ବର୍ଷୀୟ ଲି ୭-୬ (୭/୪), ୬-୧ ସିଧାସଳଖ ସେଟ୍‌ରେ ସୁଇଜରଲାଣ୍ଡର ହେନରୀ ଲାକ୍‌ସୋନେନ୍‌ଙ୍କୁ ପରାସ୍ତ କରିଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଲି’ଙ୍କ ମୁକାବିଲା ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪୦ତମ ସ୍ଥାନରେ ରହିଥିବା ପୋଲାଣ୍ଡର ହର୍ବଟ୍‌ ହର୍କାଜଙ୍କ ସହ ହେବ। ମାତ୍ର ୧୫ ବର୍ଷ ବୟସରେ ଲି ତାଙ୍କର ପ୍ରଥମ ଏଟିପି ଟୁର୍‌ ମ୍ୟାଚ୍‌ ଖେଳିଥିଲେ। ୨୦୧୭ରେ ସେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଶ୍ରେଷ୍ଠ ୧୩୦ତମ ସ୍ଥାନ ହାସଲ କରିଥିଲେ। ‘ଜୀବନରେ କେବେ ମଧ୍ୟ ହତୋତ୍ସାହିତ ହୁଅ ନାହିଁ। ଯଦି କଠିନ ପରିଶ୍ରମ କରିବ ତାହାଲେ ସବୁକିଛି କରିପାରିବ’ ବୋଲି ମ୍ୟାଚ୍‌ ଜିତିବା ପରେ ଲି ବିଶ୍ୱରେ ଶ୍ରବଣ ଶକ୍ତି ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri