ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଗିରଫ

ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ ଚାନ୍ଦିଲି ଥାନା ପୋଲିସ ଗିରଫ କରିଛି । ସେମାନେ ହେଲେ ସୁଧୀର ଗରଡ଼ିଆ (୧୯), ଉମେଶ ନାଗ (୧୯), ଟୁଲୁ ବାହାଦୂର (୨୮)। ସେମାନଙ୍କୁ ଗିରଫ କରାଯାଇ ସୋମବାର କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପି ଶର୍ବଣା ବିବେକ ଏମ୍‌ ଖବରଦାତା ସମ୍ମିଳନୀରେ କହିଛନ୍ତି ।
ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ସୁଧୀର, ଉମେଶ, ଟୁଲୁ ଏଟିଏମ୍‌କୁ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରିଥିଲେ। ମାତ୍ର ଟଙ୍କା ଲୁଟ୍‌ କରିବାରେ ବିଫଳ ହୋଇ ଫେରିଯାଇଥିଲେ । ଖବରପାଇ ଥେରୁବାଲି ଫାଣ୍ଡି ଓ ଚାନ୍ଦିଲି ପୋଲିସ ଥାନା କିଛି କର୍ମୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏଟିଏମ୍‌ରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ ପରେ ଅଭିଯକ୍ତୁଙ୍କୁ ଚିହ୍ନଟ କରାଯାଇଥିଲା। ଥାନାରେ କେସ ନଂ.୭୧/୨୦ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri