ଏଠି ଡାକ୍ତରଙ୍କ ଅବସାଦ ଦୂର କରୁଛି କୁକୁର

ଓ୍ବାଶିଂଟନ,୩୧।୩: କରୋନା ଭାଇରସ ଏବେ ଇଟାଲୀ ଓ ଆମେରିକାରେ ତା’ର କାୟା ବିସ୍ତାର କରିବାରେ ଲାଗିିଛି। ଦିନକୁ ଏଠାରେ ଶହ ଶହ ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଇଟାଲୀ ଓ ଆମେରିକାରେ ଏବେ କରୋନା ରୋଗୀଙ୍କ ଚିକତ୍ସା ପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ୨୪ ଘଣ୍ଟା କାମ କରୁଥିବା ଦେଖାଯାଇଛି। ଏହି ସମୟରେ ଏମାନଙ୍କୁ ମାନସିକ ଅବସାଦ ହେଉଥିବା ମଧ୍ୟ ଲକ୍ଷ୍ୟ କରାଯାଇଛି। ଏହି ଅବସାଦ ଦୂର କରିବା ପାଇଁ ଏବେ ଡାକ୍ତରଙ୍କୁ ଡଗ୍‌ ଥେରାପି ଦିଆଯାଉଛି ବୋଲି ଜଣାପଡିଛି। ଅର୍ଥାତ୍‌ ଆମେରିକାରେ ଓ୍ବାନ ନାମକ ଏକ କୁକୁର ଡାକ୍ତରଙ୍କ ଅବସାଦ ଦୂର କରୁଥିବା କୁହାଯାଉଛି। ଯେତେବେଳେ ଡେନଭରରେ ଥିବା ହସ୍ପିଟାଲର ଡାକ୍ତର ଅବା ସ୍ବାସ୍ଥ୍ୟକର୍ମୀମାନେ ହାଲିଆ ହୋଇ ପଡୁଛନ୍ତି ସେମାନେ ଓ୍ବାନ ସାଙ୍ଗରେ ସମୟ କାଟିବାକୁ ପସନ୍ଦ କରୁଛନ୍ତି। ହେଲେ ଏହା ପୂର୍ବରୁ ଏମାନେ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ୍‌ ହୋଇ ଉକ୍ତ କୁକୁର ପାଖକୁ ଆସୁଛନ୍ତି। କୁହାଯାଉଛି ଅବସାଦ ଦୂର କରିବାକୁ ଆମେରିକା ଓ ଇଟାଲିର ଲୋକେ ଡଗ୍‌ ଥେରାପିକୁ ଆପଣାଇ ଥାଆନ୍ତି। ତେଣୁ ଜଣେ ସିନିୟର ଡାକ୍ତରଙ୍କ କୁକୁର ଓ୍ବାନ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଅବସାଦ ଦୂର କରୁଛି ବୋଲି କୁହାଯାଉଛି। ଆମେରିକା ଓ ବ୍ରିଟେନରେ ଲୋକେ ଡଗ୍‌ ଥେରାପି ମାଧ୍ୟମରେ ଅବସାଦ ଦୂର କରନ୍ତି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri