ଏଡିଏମ୍‌ଓଙ୍କୁ ନିଲମ୍ବନର ଅଭିନବ ପ୍ରତିବାଦ : ପୋଷାକରେ ପ୍ଲିଜ ସସ୍‌ପେଣ୍ଡ ମି ବ୍ୟାଜ୍‌ ଲଗାଇଲେ କାର୍ଯ୍ୟରତ ଡାକ୍ତର

ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଆସିଥିବା ୨୭ଜଣ ମହିଳାଙ୍କୁ ନିଶ୍ଚେତକ ଇଞ୍ଜେକସନ ଦେଇ ସେମାନଙ୍କୁ ବିନା ଅସ୍ତ୍ରୋପଚାରରେ ଘରକୁ ଫେରାଇ ଦେବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ଘଟଣାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚ କର୍ତ୍ତୃପକ୍ଷ ଜିଲା ମୁଖ୍ୟ ଡାକ୍ତରଖାନାର ଏଡିଏମ୍‌ଓ (ପରିବାର କଲ୍ୟାଣ) ଡା. ଭୀମ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ସେହିପରି ଘଟଣା ଦିନ ପରିବାର ନିୟୋଜନ ଅସ୍ତ୍ରୋପଚାର କାର୍ଯ୍ୟରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ପୁଷ୍ପାଂଶୁ ସାହୁ କହିଛନ୍ତି ।
ତେବେ ଏଡିଏମ୍‌ଓଙ୍କୁ ନିଲମ୍ବନକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତରମାନେ ଶନିବାର ଅଭିନବ ପ୍ରତିବାଦ କରିଛନ୍ତି । କାର୍ଯ୍ୟରତ ଥିଲେ ମଧ୍ୟ ନିଜ ପୋଷାକରେ ପ୍ଲିଜ ସସ୍‌ପେଣ୍ଡ ମି(ଦୟାକରି ମୋତେ ନିଲମ୍ବନ କର) ଲେଖାଥିବା ବ୍ୟାଜ୍‌ ଲଗାଇଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଗତ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗଠାରୁ ସୂଚନା ପାଇ ପ୍ରାୟ ଶହେ ଜଣ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ତେବେ ସମସ୍ତ ମହିଳାଙ୍କୁ ନିଶ୍ଚେତକ ଦିଆଯାଇ ଥିବାବେଳେ ୭୩ ଜଣଙ୍କ ଅସ୍ତ୍ରୋପଚାର କରାଯାଇଥିଲା ଏବଂ ଅନ୍ୟ ୨୭ଜଣ ମହିଳାଙ୍କୁ ବିନା ଅସ୍ତ୍ରୋପଚାରରେ ରାତିରେ ଘରକୁ ଫେରାଇ ଦିଆଯାଇଥିଲା। ଏହି ଘଟଣାକୁ ନେଇ ଜିଲା ବ୍ୟାପୀ ଆଲୋଡ଼ନ ପ୍ରକାଶ ପାଇଥିଲା। ଖବର ପାଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମଧ୍ୟ ଘଟଣା ଦିନ ଜିଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri