ଏଣିକି ଭୋଟର ନିଜ ପରିଚୟପତ୍ର ଯାଞ୍ଚ କରିବେ: ଆନୁଷ୍ଠାନିକ ଭାବେ ଶୁଭାରମ୍ଭ

ନୂଆପଡା ଅଫିସ,୨ା୯
ରାଜ୍ୟରେ ସମସ୍ତ ଭୋଟର ନିଜର ଠିକ ପରିଚୟପତ୍ର ଯେପରି ପାଇପାରିବେ ସେଥିପ୍ରତି ରାଜ୍ୟ ନିର୍ବାଚନ କମିଶନର ବିକଳ୍ପ ଚିନ୍ତା କରିଛନ୍ତି । ଏଣିକି ଭୋଟରମାନେ ନିଜ ପରିଚୟପତ୍ର ନିଜ ନିଜ ଅଞ୍ଚଳର ବୁଥକୁ ଆସି ଯାଞ୍ଚ କରିପାରିବେ । ଏହି କାର୍ଯ୍ୟକ୍ରମକୁ ରବିବାର ଉପଜିଲାପାଳ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ବାଚନ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର ଜୟଲାଲ ବେଶ୍ରା ସଭାପତିତ୍ୱ କରିଥିବାବେଳେ ଉପଜିଲାପାଳ ତରଣୀସେନ ନାଏକ, ନୂଆପଡା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝି, ବଳଦେବ ରଥ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଭୋଟର ଯାଞ୍ଚ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିବାବେଳେ ପ୍ରତ୍ୟେକ ଭୋଟର ନିଜର ପରିଚୟପତ୍ରର ଜେରକ୍ସ କପି ନେଇ ସମ୍ପୃକ୍ତ ବୁଥରେ କେତେଦୂର ଠିକ ତାହା ଯାଞ୍ଚ କରିପାରିବେ । ଏହି ଅବସରରେ ଉପଜିଲାପାଳ ନିଜେ ତାଙ୍କର ଭୋଟର ପରିଚୟ ପତ୍ରର ଯାଞ୍ଚ କରି ନମୁନା ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ ଯେ, ଏହି ଦିନ ଗୋଟିଏ ସମୟରେ ଜିଲାବ୍ୟାପି ସମସ୍ତ ବ୍ଲକ, ବୁଥସ୍ତରରେ ଏକକାଳୀନ କରାଯାଇଥିଲା। ଏହା ଆଗାମୀ ଅକ୍ଟୋବର ୧୫ ତାରିଖ ଯାଏଁ ଚାଲିବ ବୋଲି ସୂଚନା ଦିଆଯାଇଛି । କାର୍ଯ୍ୟକ୍ରମରେ ଜିଲା ନିର୍ବାଚନ ବିଭାଗ ସମସ୍ତ କର୍ମଚାରୀ, ଏନଏସି କର୍ମଚାରୀମାନେ ଯୋଗଦେଇଥିବାବେଳେ କେତେକ ନୂତନ ଭୋଟର ଯୋଗଦେଇଥିଲେ। କାଯର୍‌ୟକ୍ରମ ପରିଚାଳନାରେ ବିଭୁଦତ ମିଶ୍ର, ଅଶୋକ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri