ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ;ସ୍ଥାପନ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ଏଣ୍ଟରପ୍ରେନ୍ୟୁରଶିପକୁ ପ୍ରୋତ୍ସାହନ ଲାଗି ରାଜ୍ୟରେ ନୂଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ କରାଯିବ। ଏହି ଧାରାକୁ ଆଗେଇ ନେବା ଲାଗି ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ), ଏନ୍‌ଆଇଟି ରାଉରକେଲା ଏବଂ ଏନ୍‌ଆଇଟି ରାଉରକେଲା ଆଲୁମୁନାଇ ଆସୋସିଏଶନ(ଏନ୍‌ଆଇଟିଆର୍‌ଏଏ) ଚୁକ୍ତିରେ ସାମିଲ ହୋଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ଏକ ଇନ୍‌କୁବେଶନ ସେଣ୍ଟର ସ୍ଥାନୀୟ ଗୋଠପାଟଣାସ୍ଥିତ ନାଲ୍‌କୋ ରିସର୍ଚ୍ଚ ଏବଂ ଟ୍ରେନିଂ ସେଣ୍ଟରରେ ସ୍ଥାପନ କରାଯିବ। ଆଲୁମିନିୟମ କ୍ଷେତ୍ରର ବିକାଶ ଲାଗି ଏଠାରେ ନାଲ୍‌କୋ ଏକ ବିଶ୍ୱ ସ୍ତରୀୟ ଗବେଷଣା ଫାସିଲିଟି ଉନ୍ନତୀକରଣ କରୁଛି।
ଷ୍ଟାର୍ଟଅପ୍‌ଗୁଡିକର ଉତ୍ପାଦକତା ଏବଂ ସେବା ଯୋଗାଣରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ଲକ୍ଷ୍ୟରେ ଏଭଳି ପଦକ୍ଷେପ ସହାୟକ ହେବ। ବୁଝାମଣାପତ୍ର ଦ୍ୱାରା ଆଇଆଇଟି, ଆଇସିଟି ଏବଂ ଡିଏସ୍‌ଟି ସହଯୋଗରେ ଉଦ୍ୟୋଗ ବିକାଶ ଲାଗି ଅନୁକୂଳ ବାତାବରଣ , ଗବେଷଣା ଅନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟ ସହ ସହଭାଗିତା ସୃଷ୍ଟି କରିବ। ଏହାଦ୍ୱାରା ସୃଜନଶୀଳତା, ନବୀନତା ସହ ବିଭିନ୍ନ ଉଦ୍ୟୋଗ ଏବଂ ଶିକ୍ଷାନୁଷ୍ଠାନଗୁଡିକରେ ବୈଷୟିକ ଆବଶ୍ୟକତା କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ଘଟିବ। ଉକ୍ତ ପଦକ୍ଷେପକୁ କେନ୍ଦ୍ର ଖଣି ମନ୍ତ୍ରଣାଳୟର ଅତିରିକ୍ତ ସଚିବ କେ.ରାଜେଶ୍ୱର ରାଓ ପ୍ରଶଂସା କରିଛନ୍ତି। ନୂତନ ଚିନ୍ତାଧାରା ଏବଂ ଉଦ୍ଭାବନକୁ ପ୍ରୋତ୍ସାହନ ଲାଗି ୩ ଅଂଶୀଦାରଙ୍କୁ ରାଓ ଆହ୍ବାନ ଜଣାଇଛନ୍ତି। ଏହି ଅବସରରେ ନାଲ୍‌କୋ ପକ୍ଷରୁ ୫୦ କର୍ମଚାରୀଙ୍କୁ ଉତ୍କର୍ଷତା ପୁରସ୍କାର ପ୍ରଦାନ କରାଯାଇଥିଲା। କଠିନ ଅଧ୍ୟବସାୟ ଏବଂ ନିଷ୍ଠା ଯୋଗୁ ନାଲ୍‌କୋ ଉତ୍ପାଦକତା ଏବଂ ଆର୍ଥତ୍କ ଲାଭ କ୍ଷେତ୍ରରେ ସଫଳତା ହାସଲ କରିଥିବା କମ୍ପାନୀର ଅଧ୍ୟକ୍ଷ ତପନ କୁମାର ଚାନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?