Posted inଜାତୀୟ

ଏଥର ନିର୍ବାଚନ ନୁହେଁ ସିଧା ସରକାର ଗଠନ କରାଯାଉ: ଉଦ୍ଧବ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ସରକାର ଏବେ ସମସ୍ତଙ୍କ ମୁଣ୍ଡ ବିଗାଡିଛନ୍ତି। ରାତାରାତି ନିଷ୍ପତ୍ତି ନେଇ ଶନିବାର ସକାଳୁ ଭାଜପା-ଏନ୍‌ସିପି ସହ ମିଶି ସରକାର ଗଢିବା ଶିବସେନା ହଜମ କରି ପାରୁନି। କାରଣ ଶିବସେନା ଶନିବାର ଏନ୍‌ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବାର ଥିଲା। ହେଲେ ସକାଳୁ ସବୁ ଦୃଶ୍ୟପଟ ହୋଇଗଲା ଓଲଟ ପାଲଟ। ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଭାଜପା ସହ ମିଶି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ। ଏହାପରେ ଶିବସେନା ଓ ଏନ୍‌ସିପି ମିଳିତ ଭାବେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିିଛନ୍ତି। ଏଥିରେ ଶିବସେନା ମୁଖ୍ୟ ଉଦ୍ଦବ ଠାକରେ କହିଛନ୍ତି ମହାରାଷ୍ଟ୍ର ରାଜନୀତିରେ ଯାହା ହେଉଛି ତାକୁ ସାରା ଦେଶ ଦେଖୁଛି। ମୋତେ ଲାଗୁଛି ଏହାପରେ ନିର୍ବାଚନର ଆବଶ୍ୟକତା ନାହିଁ ସିଧା ସରକାର ଗଠନ କରିଦେବା ଉଚିତ୍‌। ସେ କହିଛନ୍ତି ବିହାର-ହରିୟାଣାରେ ଭାଜପା ଯାହା କଲା ତାକୁ ସମସ୍ତେ ଦେଖିଲେ। ହେଲେ ଶିବସେନା ଯାହା କରୁଛି ଖୋଲାଖୋଲି ଭାବେ କରୁଛି। ଭାଜପାକୁ ନା ମିତ୍ର ଦରକାର ନା ବିରୋଧି। ସୂଚନାଯୋଗ୍ୟ, ପାଖାପାଖି ମାସେ ହେବ ମହାରାଷ୍ଟ୍ରରେ ଯେଉଁ ରାଜନୀତି ଡ୍ରାମା ଚାଲିଥିଲା ଶନିବାର ଏହାର ଅନ୍ତ ଘଟିଛି। କେହି କିଛି ବୁଝିବା ପୂର୍ବରୁ ଭାଜପାର ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଓ ଏନ୍‌ସିପିର ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ସାରିଛନ୍ତି। ଏବେ ଏହାକୁ ନେଇ ଶିବସେନା କହିଛି ଏହି ସରକାର ବେଶିଦିନ ତିଷ୍ଠି ପାରିବ ନାହିଁ। ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଖୁବ୍‌ଶୀଘ୍ର ଗାଦିଚ୍ୟୁତ ହେବେ। ଆଉ ଯିଏ ତାଙ୍କୁ ଏଥିରେ ସାହାଯ୍ୟ କରିଛି ତାହା ମଧ୍ୟ ସ୍ପଷ୍ଟ ହେବ। ଇଭିଏମ୍‌ ପରେ ଏହା ଭାଜପା ଓ ଏନ୍‌ସିପିର ନୂଆ ଖେଳ ବୋଲି ଉଦ୍ଧବ ପ୍ରକାଶ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri