ଏଥର ପ୍ରଥମ କରଓ୍ବାଚୌଥ ପାଳିବେ ଏହି ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ: ଚଳିତ ବର୍ଷ ଅକ୍ଟୋବର ୧୭ରେ ପଡୁଛି କରଓ୍ବାଚୌଥ ବ୍ରତ। ଏହା ହିନ୍ଦୁ ମହିଳାଙ୍କ ପାଇଁ ଏକ ବିଶେଷ ବ୍ରତ ବୋଲି କୁହାଯାଏ। କାରଣ ଏହିଦିନ ବିବାହିତାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଉପବାସ ରଖିଥାଆନ୍ତି। ବଲିଉଡ୍‌ରେ ମଧ୍ୟ ଏହି କରଓ୍ବାଚୌଥକୁ ନେଇ କିଛି କାହାଣୀ ଦେଖିବାକୁ ମିଳେ। ଏଥର ସେମିତି କିଛି ବଲିଉଡ୍‌ ସେଲିବ୍ରିଟି ରିୟଲ ଲାଇଫରେ ପ୍ରଥମ କରି କରଓ୍ବାଚୌଥ ବ୍ରତ ପାଳନ କରିବାକୁ ଯାଉଛନ୍ତି। ଦୀପିକା ପାଦୁକୋନ ଓ ରଣବୀର ସିଂ ଗତ ବର୍ଷ ନଭେମ୍ବର ୧୪-୧୫ରେ ବିବାହ କରିଥିବା ବେଳେ ଏଥର ଦୀପିକା ପ୍ରଥମ କରି କରଓ୍ବାଚୌଥ ବ୍ରତ ରଖିବେ ବୋଲି ଜଣାପଡିଛି। ସେମିତି ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ମଧ୍ୟ ପ୍ରଥମ ଥର ଲାଗି କରଓ୍ବାଚୌଥ ବ୍ରତ ପାଳନ କରିବେ। ୨୦୧୮ରେ ନିକ୍‌ ଜୋନସ୍‌ଙ୍କ ହାତ ଧରିଥିବା ପ୍ରିୟଙ୍କା ଏବେ ପ୍ରଥମ ଥର ଲାଗି ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରିବାକୁ ଯାଉଛନ୍ତି। କମେଡି କିଙ୍ଗ କପିଲ ଶର୍ମାଙ୍କ ହାତ ଧରିଥିବା ଗିନ୍ନିଙ୍କର ମଧ୍ୟ ଏହା ପ୍ରଥମ କରଓ୍ବାଚୌତ। କାରଣ ଏମାନେ ଗତ ଡିସେମ୍ବରରେ ବିବାହ କରିଥିଲେ। ନୁସରତ ଜହାଁ ଓ ନିଖିଲ ଜୈନଙ୍କ ବିବାହ ଚଳିତ ବର୍ଷ ହୋଇଥିବା ବେଳେ ଏହା ଖୁବ୍‌ ଚର୍ଚ୍ଚାକୁ ଆସିଥିଲା। ଆଉ ଏବେ ନୁସରତ ହୁନ୍ଦୁ ରୀତିନୀତି ଅନୁଯାୟୀ କରଓ୍ବାଚୌଥ ପାଳନ କରିବେ। ପୂଜା ବତ୍ରା ଓ ନବାବ ଶାହଙ୍କ ବିବାହ ଚଳିତ ବର୍ଷ ଜୁଲାଇ ମାସରେ ହୋଇଥିବା ବେଳେ ପୂଜା ଏଥର ତାଙ୍କ ପ୍ରଥମ କରଓ୍ବାଚୌଥ ପାଳନ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri