ଏନଏଚ୍‌ ନଂ.୧୬ ରେ ଫ୍ଲାଇଓଭର, ଅଣ୍ଡରପାସ୍‌ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ଏମ୍‌ପି, ବିଧାୟକ

ଛତ୍ରପୁର,୧୭ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଗିରିଶୋଲାରୁ ପୁଇଁତଳା ପର୍ଯ୍ୟନ୍ତ ଜାତୀୟ ରାଜପଥ-୧୬ନଂ. ର ଉନ୍ନତୀକରଣ କାମ ଚାଲିଛି। ୬ ଲେନ୍‌ ତ ଦୂରର କଥା ଆବଶ୍ୟକତା ଅନୁସାରେ ଫ୍ଲାଇଓଭର, ଅଣ୍ଡର ପାସ୍‌ ଓ ସର୍ଭିସ ରୋଡ୍‌ ଏନ୍‌ଏଚ୍‌ଏଆଇ ପ୍ରସ୍ତାବରେ ନାହିଁ। ଫଳରେ ଦୁର୍ଘଟଣା କମିବା ବଦଳରେ ବଢିବ। ଫ୍ଲାଇଓଭର, ଅଣ୍ଡରପାସ୍‌ ଓ ସର୍ଭିସ ରୋଡ୍‌ ନିର୍ମାଣ କରିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୮ ଟି ପ୍ରସ୍ତାବ ଏନଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ପଠାଇଛନ୍ତି। ମାତ୍ର ଏହା ଉପରେ କୌଣସି ପଦକ୍ଷେପ ନିଆଯାଇନି। ଖୁବଶୀଘ୍ର ଏ ସମ୍ପର୍କରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କ ନେତୃତ୍ୱରେ ଆସିକା ଏମ୍‌ପି ଓ ଜିଲାର ସମସ୍ତ ବିଧାୟକ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ। ଏଥିସହ ଫେବୃୟାରୀରେ ପାର୍ଲାମେଣ୍ଟ ଚାଲୁଥିବା ସମୟରେ ଏମ୍‌ପି ଓ ଜିଲାର ସମସ୍ତ ବିଧାୟକ ଯାଇ କେନ୍ଦ୍ର ସଡକ ପରିବହନ ଓ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀଙ୍କୁ ଭେଟି ଏ ସମ୍ପର୍କରେ ଅବଗତ କରାଇବେ ବୋଲି ନିଷ୍ପତ୍ତି ନିଆଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ବ୍ରହ୍ମପୁର ସଂସଦୀୟ ନିର୍ବାଚନମଣ୍ଡଳୀ ସଡକ ସୁରକ୍ଷା କମିଟି ବୈଠକରେ ଅଧ୍ୟକ୍ଷତା କରି ଏମପି ଚନ୍ଦ୍ରଶେଖର ସାହୁ ଉପରୋକ୍ତ ସୂଚନା ଦେଇଛନ୍ତି। ଭୁବନେଶ୍ୱର ଅଧୀନରୁ ବିଶାଖାପାଟଣା ଏନଏଚ୍‌ଏଆଇ ଡିଭିଜନ୍‌କୁ ଗଞ୍ଜାମ ଜିଲା ଗିରିଶୋଲାରୁ ପୁଇଁତଳା ଜାତୀୟ ରାଜପଥ ନଂ.୧୬ ଚାଲିଯାଇଛି। ପୁଇଁତଳା ଛକରୁ ନାରାୟଣୀ ପର୍ଯ୍ୟନ୍ତ ଏନଏଚ୍‌ ନଂ.୧୬ ଭୁବନେଶ୍ୱର ଏନଏଚ୍‌ଏଆଇ ଡିଭିଜନ ଅଧୀନରେ ଅଛି। ଏହାକୁ ୬ ଲେନ୍‌ କରିବାକୁ ନିଷ୍ପତ୍ତି ହୋଇଛି। ନୂଆ କମିଟି ଗଠନ କରି ଜାତୀୟ ରାଜପଥରେ କ’ଣ ସବୁ ଆବଶ୍ୟକତା ଅଛି ତାର ନୂତନ ପ୍ରସ୍ତାବ ପ୍ରସ୍ତୁତ କରାଯାଇ ଏନଏଚ୍‌ଏଆଇକୁ ପଠାଯିବ। ନିଷ୍ପତ୍ତି ଅନୁସାରେ ଭେଟିବା ବେଳେ ମଧ୍ୟ ଏହି ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଦାନ କରାଯିବ ବୋଲି ବ୍ରହ୍ମପୁର ଏମ୍‌ପି ସାହୁ କହିଥିଲେ। ଉକ୍ତ କମିଟିରେ ଉପଜିଲାପାଳ, ପୋଲିସ, ଆରଟିଓ, ଏନଏଚ୍‌ କର୍ତ୍ତୃପକ୍ଷ, ତହସିଲଦାର, ରାସ୍ତା ଓ କୋଠାବାଡି ବିଭାଗର ନିର୍ବାହୀଯନ୍ତ୍ରୀ ସଦସ୍ୟ ରହିବେ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଥିଲେ। ୮ ପ୍ରସ୍ତାବ ଦେବା ପରେ ମଧ୍ୟ କିଛି ପଦକ୍ଷେପ ନିଆଯାଇନି। ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ଏନ୍‌ଏଚ୍‌ଏଆଇ ଅଧିକାରୀଙ୍କୁ କହିବା ସହ ନ କଲେ ସମସ୍ୟା ହେବ ବୋଲି ଜିଲାପାଳ ବୈଠକରେ ସତର୍କ କରାଇ ଦେଇଥିଲେ। ଜାତୀୟ ରାଜପଥରେ ବୁଲୁଥିବା ଗୋରୁଙ୍କୁ ଧରିବା, ସିସି କ୍ୟାମେରା ଲଗାଇବା ସହ କଣ୍ଟ୍ରୋଲ ରୁମ୍‌ ଛତ୍ରପୁରରେ ରଖିବା ଉପରେ ପଦକ୍ଷେପ ଏନଏଚ୍‌ଏଆଇ ନେଇ ନ ଥିବାରୁ ଜିଲାପାଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଦୁର୍ଘଟଣା ଘଟୁଛି। ଆବଶ୍ୟକତା ଅନୁସାରେ ଫ୍ଲାଇଓଭର ଓ ଅଣ୍ଡରପାସ୍‌ ନିର୍ମାଣ କରିବା ଉପରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଗୁରୁତ୍ୱାରୋପ କରିଥିଲେ। ଏନଏଚ୍‌-୧୬ ରେ ବ୍ୟାରିକେଡ୍‌ ନ ଥିତ୍ବା ବେଳେ ଅଣ୍ଡରପାସ୍‌ ନିର୍ମାଣ ସହ ଆଲୋକ ବ୍ୟବସ୍ଥା କରିବାକୁ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା କହିଥିଲେ। ନରେନ୍ଦ୍ରପୁର ଓ ଆମ୍ବପୁଆରେ ଓଭର ବ୍ରିଜ୍‌ ଖୁବ୍‌ଶୀଘ୍ର ନିର୍ମାଣ କରିବା, ଜାତୀୟ ରାଜପଥରେ ସୁରକ୍ଷା ପାଇଁ ଆବଶ୍ୟକ ବ୍ୟବସ୍ଥା ଉପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗୁରୁତ୍ୱାରୋପ କରିଥିଲେ। ଟ୍ରାଫିକ୍‌ ନିୟମ ମାନିବାକୁ ପଡିବ। ଏଥିପାଇଁ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଜରୁରୀ ବୋଲି ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ କହିଥିଲେ। ଏନ୍‌ଏଚ୍‌ରେ ଥିବା ଜବରଦଖଲକୁ ଚିହ୍ନଟ କରି ଉଚ୍ଛେଦ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ଆରଟିଓ ସଞ୍ଜୟ ବିଶ୍ୱାଳଙ୍କ ସମେତ ଏନଏଚ୍‌ଏଆଇ, ରାସ୍ତା ଓ କୋଠାବାଡି ବିଭାଗର ଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?