Posted inଖେଳ

ଏନଡିିଟିଏଲ୍‌ ଉପରୁ ସସ୍‌ପେଣ୍ଡ ପ୍ରତ୍ୟାହାର ଉଦ୍ୟମ ଚାଲିଛି: କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରୋଟୋରିରୁ ଆସନ୍ତା ଦୁଇ ମାସ ମଧ୍ୟରେ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ଉଦ୍ୟମ ହେଉଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କରିନ ରିଜିଜୁ ସୋମବାର ସୂଚନା ଦେଇଛନ୍ତି। ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ମହାନିର୍ଦ୍ଦେଶକ ନବିନ ଅଗ୍ରଓ୍ବାଲ ଏବଂ ଏନ୍‌ିଡିିଟିଏଲ ସାଇଣ୍ଟିଫିକ୍‌ ଡାଇରେକ୍ଟର ପି. ଏଲ୍‌. ସାହୁଙ୍କ ଉପସ୍ଥିତିରେ ମନ୍ତ୍ରୀ ଲାବରେଟୋରି ପରିଦର୍ଶନରେ ଯାଇ ସମୀକ୍ଷା କରିଛନ୍ତି। କେତେକ ବୈଷୟିକ ତ୍ରୁଟି ସୁଧାରିବା ଜରୁରି ବୋଲି ମନ୍ତ୍ରୀ ଅନୁଭବ କରିଛନ୍ତି। ଖୁବ୍‌ ଶୀଘ୍ର ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏନଡିଟିଏଲ ଏସିଆର ଅନ୍ୟତମ ଶ୍ରେଷ୍ଠ ଡୋପ୍‌ ଟେଷ୍ଟିଂ ଲାବରେଟୋରି ବିବେଚିତ ହୋଇ ଆସୁଥିଲା। ମାତ୍ର ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ନିକଟରେ ଏନଡିଟିଏଲ୍‌ ସ୍ବୀକୃତିକୁ ୬ ମାସ ସସ୍‌ପେଣ୍ଡ କରିଛି, ଯାହାକି ଦେଶର ଆଣ୍ଟି-ଡୋପିଂ କାର୍ଯ୍ୟକ୍ରମକୁ ଶକ୍ତ ଧକ୍କା ଦେଇଛି। ମନ୍ତ୍ରଣାଳୟ ଓ୍ବାଡାର ଏହି ନିଷ୍ପତ୍ତିରେ ଆଶ୍ଚର୍ଯ୍ୟ ପ୍ରକାଶ କରିଥିଲା। ଏସିଆର ଅନ୍ୟତମ ଶ୍ରେଷ୍ଠ ଲାବରେଟୋରି ଉପରୁ ସାମୟିକ ସ୍ବୀକୃତି ପ୍ରତ୍ୟାହାର ନିଷ୍ପତ୍ତି ପୂର୍ବରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇ ପାରିଥାନ୍ତା। ଏପରିକି ସୁଧାର ଆଣିବା ଲାଗି କିଛି ସମୟ ଧାର୍ଯ୍ୟ କରିପାରିଥାନ୍ତା ବୋଲି କ୍ରୀଡ଼ା ମନ୍ତ୍ରୀ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?