Posted inଜାତୀୟ

ଏନସିପିର ବଡ ବୈଠକରେ ପୋଷ୍ଟରରୁ ହଜିଗଲା ଅଜିତ ପାଓ୍ବାରଙ୍କ ଫଟୋ

ମୁମ୍ବାଇ,୨୮।୬: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ା କାର୍ଯ୍ୟକାରୀ ଅଧ୍ୟକ୍ଷ ସୁପ୍ରିଆ ସୁଲେ ଓ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱ ଦିଆଯିବା ପରେ ରାଜନୈତିକ ଗଳିରେ ଚର୍ଚ୍ଚା ହେଉଛି କି ଦଳ ମଧ୍ୟରେ ସବୁକିଛି ଠିକ ଚାଲିନାହିଁ। ଏହାର କିଛି ଝଲକ ବୁଧବାର ଦିଲ୍ଲୀରେ ହୋଇଥିବା ଏନସିପିର ନାଶନାଲ ଏକଜ୍ୟୁକିଟିଭ ମିଟିଂ ପୋଷ୍ଟରରେ ବି ଦେଖିବାକୁ ମିଳିଛି।

ଏନସିପି କାର୍ଯ୍ୟରତ ସଭାପତି ପ୍ରଫୁଲ୍ଲ ପଟେଲ ଏହି ସଭାର ପୋଷ୍ଟର ଶେୟାର କରିଥିଲେ। ଏଥିରେ ଏନସିପି ମୁଖ୍ୟ ଶରଦ ପାୱାର, ପଟେଲ ଏବଂ ସୁପ୍ରିୟା ସୁଲେ ଦୃଶ୍ୟମାନ ହେଉଛନ୍ତି, କିନ୍ତୁ ଅଜିତ ପାୱାର ପୋଷ୍ଟରରୁ ନିଖୋଜ ଅଛନ୍ତି। ଏହା ବ୍ୟତୀତ ଏନସିପିର ମହିଳା ଏବଂ ଯୁବ ୱିଙ୍ଗର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା।
ନିକଟରେ ଏନସିପି ନେତା ଅଜିତ ପାୱାର କହିଥିଲେ ଯେ ତାଙ୍କୁ ମହାରାଷ୍ଟ୍ର ବିଧାନସଭାରେ ବିରୋଧୀଦଳର ନେତା (LOP) ରୁ ମୁକ୍ତ କରାଯିବା ସହ ଦଳର ସଂଗଠନରେ ଏକ ଭୂମିକା ଗ୍ରହଣ କରାଯିବା ଉଚିତ। ଏହା ଉପରେ ଏନସିପି ସଭାପତି ଶରଦ ପାୱାର କହିଛନ୍ତି ଯେ ଏ ବାବଦରେ କେହି ନିଷ୍ପତ୍ତି ନେଇ ପାରିବେ ନାହିଁ ଏବଂ ଦଳର ପ୍ରମୁଖ ନେତାମାନେ ଏ ବାବଦରେ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri