Posted inଜାତୀୟ

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ ଭବିଷ୍ୟତ ସହ ବିଶ୍ୱାସଘାତକତା ହୋଇଥିବା ଚର୍ଚ୍ଚା ହେଉଛି। ଚଳିତ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ମିଶାଇଲେ ଏହାରି ଭିତରେ ଏକାଧିକ ଥର ଏନ୍‌ଇଇଟି ପରୀକ୍ଷା ବାତିଲହେଲାଣି ବୋଲି ସବୁଆଡ଼ୁ ଅଭିଯୋଗ ଆସୁଛି। ଫଳରେ ଏନ୍‌ଇଇଟି ବିଷୟ ଆସିବା କାରଣରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚର୍ଚ୍ଚାକୁ ଆସିଛନ୍ତି। ଧର୍ମେନ୍ଦ୍ରଙ୍କ ଦୁଇଟି ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ପ୍ରବଳ ଜୋର୍‌ରେ ଭାଇରାଲ ହେବାରେ ଲାଗିଛି। ୨୦୨୫ରେ ଧର୍ମେନ୍ଦ୍ର ଏକ ଗଣମାଧ୍ୟମକୁ ସ୍ବତନ୍ତ୍ର ସାକ୍ଷାତ୍‌କାର ଦେଇ ଦୃଢ଼ତାର ସହ କହିଥିଲେ, ୨୦୨୪ରେ ହୋଇଥିବା ଏନ୍‌ଇଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ଯାହା ଅବ୍ୟବସ୍ଥା ହୋଇଛି ସେହି କଥାରେ ସେ ମୁହଁ ଲୁଚାଇ କୁଆଡ଼େ ଯାଇନାହାନ୍ତି ବରଂ ଯାହା ତ୍ରୁଟି କିମ୍ବା ଭୁଲ୍‌ ହୋଇଛି ତା’ର ଉତ୍ତରଦାୟିତ୍ୱ ନେବା ସହ ତାକୁ ସୁଧାରିଛନ୍ତି।

ମାତ୍ର ବର୍ତ୍ତମାନ ଏନ୍‌ଇଇଟି୍‌ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ କିପରି ହେଲା ବୋଲି ଯେତେବେଳେ ଧର୍ମେନ୍ଦ୍ରଙ୍କୁ ଜାତୀୟ ଗଣମାଧ୍ୟମ ପ୍ରଶ୍ନ କରିବାକୁ ଚାହିଁଲେ ସେ କିଛି ଉତ୍ତର ଦେଇନାହାନ୍ତି। ଗଣମାଧ୍ୟମ ପ୍ରତିନିଧିମାନେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଉପରେ କ’ଣ କହିବେ ବୋଲି ପଚାରି ପଚାରି ଯାଉଥିବା ବେଳେ ଧର୍ମେନ୍ଦ୍ର କିଛି ନ ଶୁଣିବା ଭଳି ଯାଇ ଗାଡ଼ିରେ ବସି ଚାଲିଯାଇଛନ୍ତି। ପୂର୍ବରୁ ଯେତେବେଳେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ବେଳେ ଏହି ଘଟଣାରେ ମୁହଁ ଲୁଚାଇ ଯାଇନାହାନ୍ତି ବୋଲି କେନ୍ଦ୍ରମନ୍ତ୍ରୀ କହୁଥିଲେ। ଏବେ କିନ୍ତୁ ସେ ଗଣମାଧ୍ୟମକୁ କିଛି ଉତ୍ତର ନ ଦେଇ ଚାଲିଯିବା ବିଷୟ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହେବାରେ ଲାଗିଛି। କେତେଜଣ ଉକ୍ତ ପୋଷ୍ଟରେ କମେଣ୍ଟ ଦେଇ କହିଛନ୍ତି, ବାସ୍ତବରେ ମନ୍ତ୍ରୀଙ୍କ କଥା ଆଉ କାମ ଭିତରେ ଅନେକ ଫରକ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?