ଏନ୍‌ଆର୍‌ସିକୁ ନବୀନଙ୍କ ନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍‌ଆରସି ସମ୍ପର୍କରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏହି ମନ୍ତବ୍ୟ ଦେଇଛନ୍ତି।
ନବୀନ କହିଛନ୍ତି ଯେ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଦ୍ୱାରା ଭାରତୀୟ ନାଗରିକମାନଙ୍କର କୌଣସି ଅସୁବିଧା ହେବ ନାହିଁ। ଏହା କେବଳ ବିଦେଶୀମାନଙ୍କ ପାଇଁ ଉଦ୍ଦିଷ୍ଟ। ବିଜୁ ଜନତା ଦଳ(ବିଜେଡି) ପାର୍ଲାମେଣ୍ଟର ଉଭୟ ସଦନ(ଲୋକ ସଭା ଏବଂ ରାଜ୍ୟ ସଭା)ରେ ସ୍ପଷ୍ଟ କରିସାରିଛି ଯେ, ଜାତୀୟ ନାଗରିକ ପଞ୍ଜିିକା(ଏନ୍‌ଆରସି)କୁ ଦଳ ସମର୍ଥନ କରୁନାହିଁ। ତେଣୁ ରାଜ୍ୟର ନାଗରିକଙ୍କୁ ଶାନ୍ତି ବଜାୟ ରଖିବା ପାଇଁ ଅନୁରୋଧ କରୁଛି। ସେହିପରି ଏ ସମ୍ବନ୍ଧୀୟ କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏନ୍‌ଆରସିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ସବୁ ମହଲରେ ସ୍ବାଗତ କରାଯାଇଛି। ପାର୍ଲାମେଣ୍ଟରେ ସିଏବି ଆଲୋଚନା ବେଳେ ମଧ୍ୟ ବିଜେଡି ପକ୍ଷରୁ ଏନ୍‌ଆରସିକୁ ସମର୍ଥନ କରାଯାଇ ନ ଥିଲା। ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଏବଂ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସିଏବି ସହ ଏନ୍‌ଆରସିକୁ ମିଶା ନ ଯାଉ ବୋଲି ମଧ୍ୟ ମନ୍ତବ୍ୟ ରଖିଥିଲେ। ଏଥିସହିତ ସିଏବିରେ ଶ୍ରୀଲଙ୍କାକୁ ବାଦ୍‌ ଦିଆଯାଇଥିବା ପ୍ରସଙ୍ଗକୁ ମଧ୍ୟ ବିଜେଡି ପକ୍ଷରୁ ଉଠାଯାଇଥିଲା। ମୁଖ୍ୟମନ୍ତ୍ରୀ ଏନ୍‌ଆରସି ସମ୍ପର୍କିତ ସ୍ପଷ୍ଟୀକରଣ ଦେବା ସମୟରେ ତାଙ୍କ ନିକଟରେ ଶର୍ମିଷ୍ଠା ସେଠୀ, ସସ୍ମିତ ପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri