Posted inଜାତୀୟ

‘ଏନ୍‌ଆର୍‌ସି-ଏନ୍‌ପିଆର୍‌ ଗରିବଙ୍କ ଉପରେ ଟାକ୍ସ’

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ନେଇ ଶାସକ ଭାଜପା ଓ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ ଦୁଇଦଳ ପକ୍ଷରୁ ଆରୋପ-ପ୍ରତ୍ୟାରୋପ ଜାରି ରହିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌କୁ ଲୋକଙ୍କ ଉପରେ ଏକ ଟିକସ ବୋଝ ବୋଲି ଅଭିହିତ କରିଥିବାବେଳେ ତାଙ୍କୁ ଏବର୍ଷର ସର୍ବଶ୍ରେଷ୍ଠ ମିଛୁଆ ବୋଲି କହିଛି ଭାଜପା।
ଛତିଶଗଡ଼ ରାଜଧାନୀ ରାୟପୁରରେ ଶୁକ୍ରବାର ଜାତୀୟ ଆଦିବାସୀ ନୃତ୍ୟୋତ୍ସବ ଉଦ୍‌ଘାଟନୀ ସମାରୋହରେ ଯୋଗଦେଇ ରାହୁଲ କହିଛନ୍ତି, ଏନ୍‌ଆର୍‌ସି ହେଉ କି ଏନ୍‌ପିଆର୍‌, ଏହା ଗରିବ ଲୋକଙ୍କ ଉପରେ ଏକ ଟାକ୍ସ। ବ୍ୟାଙ୍କକୁ ଗଲେ ନିଜ ଆକାଉଣ୍ଟରୁ ଟଙ୍କା ଉଠାଇ ହେଉନାହିଁ। ଗରିବ ଲୋକେ ଅଫିସରମାନଙ୍କ ନିକଟକୁ ଗଲେ ନିଜ ଦସ୍ତାବିଜ ଦେଖାଇବା ସହ ଲାଞ୍ଚ ଦେବାକୁ ପଡ଼ୁଛି। ଗରିବଙ୍କ ପକେଟରୁ କୋଟି କୋଟି ଟଙ୍କା ଛଡ଼ାଇ ନିଆଯାଇ ସମାନ ୧୫ ଜଣଙ୍କୁ ଦିଆଯାଉଛି। ଏହା ହେଉଛି ସତ୍ୟତା। ଏହା ହିଁ ଗରିବଙ୍କ ଉପରେ ଆକ୍ରମଣ। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ବୁଝିପାରୁନାହାନ୍ତି ଏବଂ ଦେଶର ସମୟ ବରବାଦ ହେଉଛି ବୋଲି ରାହୁଲ ସମାଲୋଚନା କରିଛନ୍ତି। ଏହାର ଜବାବରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି, ରାହୁଲ ହେଉଛନ୍ତି ‘୨୦୧୯ର ସବୁଠୁ ବଡ଼ ମିଛୁଆ’। ରାହୁଲଙ୍କ ମନ୍ତବ୍ୟ ପାଇଁ କଂଗ୍ରେସ ଓ ତାଙ୍କ ପରିବାରକୁ ଲଜ୍ଜିତ ହେବାକୁ ପଡ଼ିଛି। କଂଗ୍ରେସ ଦେଶରେ ଅସ୍ଥିରତା ସୃଷ୍ଟି ପାଇଁ ଉଦ୍ୟମ କରୁଛି। ନାଗରିକତ୍ୱ ଆଇନ ଏବଂ ଏନ୍‌ପିଆର୍‌ ଉପରେ ଲୋକେ ସରକାରଙ୍କୁ ସମର୍ଥନ କରନ୍ତୁ ବୋଲି ଜାଭଡେକର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri