ଏନ୍‌ଏଚ୍‌ରେ ପଡ଼ି ରହିଛି ଦୁର୍ଘଟଣାଗ୍ରସ୍ତ ଟ୍ରକ

ଘସିପୁରା,୧୧ା୧୦(ଡି.ଏନ.ଏ): ୨୦ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ଦୁର୍ଘଟଣା ଏଡ଼ାଇବା ପାଇଁ ସଚେତନତା ଠାରୁ ଆରମ୍ଭ କରି ନିୟମ ଉଲ୍ଲଂଘନ ଜରିମାନା ଆଦାୟ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏସବୁ ଭିତରେ ପ୍ରଶାସନର ଅବହେଳା ପାଇଁ ଦୁର୍ଘଟଣାକୁ ନିମନ୍ତ୍ରଣ ଭଳି ଏକ ଉଦାହରଣ ଦେଖିବାକୁ ମିଳିଛି। ଏହି ଜାତୀୟ ରାଜପଥ ଅନ୍ତର୍ଗତ ଗୁରୁତ୍ୱପୂର୍ଣ୍ଣ ଘସିପୁରା ବାଇପାସଠାରେ ଦୀର୍ଘ ମାସ ହେବ ଏକ ଦୁର୍ଘଟଣାଗ୍ରସ୍ତ (ନଂ. ଓଡି-୧୫-ଏଲ-୨୨୬୨) ବିଶିଷ୍ଟ ଟ୍ରକ ବିପଦସଙ୍କୁଳ ଅବସ୍ଥାରେ ପଡ଼ିରହିଛି। ୨ ମାସ ତଳେ ଶୈଲଙ୍ଗ ପଟୁ ଆସୁଥିବା ଏହି ଟ୍ରକଟି ଏଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏତେ ସମୟ ବିତି ଯାଇଥିଲେ ମଧ୍ୟ ଟ୍ରକଟି ସେହିଭଳି ପୂର୍ବ ଅବସ୍ଥାରେ ପଡ଼ିରହିଛି। ଟ୍ରକ ଯୋଗୁ ଜାତୀୟ ରାଜପଥ ଶଙ୍କୁଚିତ ହୋଇଛି। ଅପରପକ୍ଷେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇଥିବାରୁ ସେହିଠାରେ ଉଭୟପାର୍ଶ୍ୱର ଗାଡ଼ି ଯାତାୟାତ ପାଇଁ ଗୋଟିଏ ପାର୍ଶ୍ୱ ଉପରେ ନିର୍ଭର କରୁଛନ୍ତି। ଏଭଳିସ୍ଥଳେ ଉକ୍ତ ଟ୍ରକଟି ରାସ୍ତା ଉପରେ ପଡ଼ି ରହିଥିବାରୁ ସମ୍ଭାବ୍ୟ ଦୁର୍ଘଟଣା ପରିସ୍ଥିତିକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ। ମାସମାସ ବିତିଯାଇଥିଲେ ମଧ୍ୟ ପ୍ରଶାସନ କିମ୍ବା ଜାତୀୟ ରାଜପଥ ସୁରକ୍ଷା ଦାୟିତ୍ୱରେ ଥିବା ପାଟ୍ରୋଲିଂ ବିଭାଗ କାହିଁକି ଏହି ଗାଡ଼ିକୁ ଜବତ କରୁ ନାହିଁ ସେନେଇ ମଧ୍ୟ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri