ଏନ୍‌ଏସି କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ: ପୋଲିସ ପ୍ରତିଶ୍ରୁତି ପରେ ସ୍ଥଗିତ

ଧାମନଗର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ଏନ୍‌ଏସି କାର୍ଯ୍ୟାଳୟରେ ପଶି ଜଣେ ଅସାମାଜିକ ଯୁବକଙ୍କ ଉନ୍ମତ୍ତ କାଣ୍ଡ ବିରୋଧରେ ଧାମନଗର ଥାନାରେ ଅଭିଯୋଗ ହୋଇଥିଲା। ୩ ଦିନ ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରି ନ ଥିବା ଅଭିଯୋଗ କରି ଏନ୍‌ଏସି କର୍ମଚାରୀମାନେ ସୋମବାର କଲମଛାଡ଼ ଆନ୍ଦୋଳନ କରିଥିଲେ। ସେମାନେ ଦର୍ଶାଇଥିଲେ ଯେ, ଗତ ୨୧ ତାରିଖରେ ତାଳପଦା ଗ୍ରାମର ଜଣେ ଯୁବକ କାର୍ଯ୍ୟାଳୟରେ ପଶି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଉଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ଅନୁପସ୍ଥିତ ଥିବାବେଳେ ଜଣେ ମହିଳା କର୍ମଚାରୀ ସମ୍ପୃକ୍ତ ଯୁବକଙ୍କୁ ବିରୋଧ କରିବାରୁ ସେ ତାଙ୍କୁ ମଧ୍ୟ ଗାଲିଗୁଲଜ ସହ ଆକ୍ରମଣ କରିଥିଲେ। ମହିଳା କର୍ମଚାରୀ ଏ ନେଇ ଧାମନଗର ଥାନାରେ ଅଭିଯୋଗ କରିଥିଲେ। ଏହାମଧ୍ୟରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ନ ଥିବାରୁ ସେମାନେ ଅସୁରକ୍ଷିତ ମଣି ଏଭଳି ପଦକ୍ଷେପ ନେଇଛନ୍ତି। ସୁଷମା ରାଉତ, ଜନ୍ମେଜୟ ପଣ୍ଡା, ରାଜେନ୍ଦ୍ର ସାହୁ, ରଶ୍ମିରଞ୍ଜନ ସାହୁ, ସୁଶାନ୍ତ ବଳ, ଶରତ ଦାସ, ନାରାୟଣ ମୁଦୁଲି, ବଟକୃଷ୍ଣ ଜେନା, ରାଜେନ୍ଦ୍ର ଗୋଛାୟତ, ସୁଧୀର ଦାସ ପ୍ରମୁଖ କାର୍ଯ୍ୟରେ ଯୋଗ ନ ଦେଇ ଆନ୍ଦୋଳନରେ ସାମିଲ ହୋଇଥିଲେ। ଥାନା ଆଇଆଇସି ପହଞ୍ଚି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri