ଏନ୍‌କାଉଣ୍ଟରକୁ ଡରୁନାହାନ୍ତି ଅପରାଧୀ 

କେନ୍ଦ୍ରାପଡା ଅଫିସ, ୧୯ା୯: ଅପରାଧୀଙ୍କୁ କାବୁ କରିବା ପାଇଁ କେନ୍ଦ୍ରାପଡ଼ାରେ ବାରମ୍ବାର ପୋଲିସ ଏନ୍‌କାଉଣ୍ଟର କରୁଛି। ଗତ ୧୫ ମାସ ମଧ୍ୟରେ ଜିଲା ପୋଲିସ ୧୧ ଜଣ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରି ଗୁରୁତର କରିଛି । ଏହାସତ୍ତ୍ୱେ ଅପରାଧୀଙ୍କ ମନରେ ଭୟ ସଞ୍ଚାର ହେଉନାହିଁ। ଗତ ୨ମାସରେ ୩ଟି ଗୁଳିକାଣ୍ଡ ଘଟଣାକୁ ନେଇ ପୋଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅପରାଧୀମାନେ ଗୁଳି ଫୁଟାଇ ଫେରାର ହୋଇଯାଉଥିବା ବେଳେ ପୋଲିସ କିଛି କରିପାରୁନାହିଁ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ବୁଧବାର ପୂର୍ବାହ୍ନରେ ମାର୍ଶାଘାଇ ଥାନା ମାଣିତିରା ଗ୍ରାମରେ ଗୁଳିକାଣ୍ଡ ଘଟଣାରେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ଏହି ଗ୍ରାମର ଉମେଶ ଚନ୍ଦ୍ର ସାହୁଙ୍କ ପୁଅ ଗଗନ ବିହାରୀ ସାହୁ(୨୮)। ଏନେଇ ସାଧାରଣରେ ଆତଙ୍କ ଖେଳିଯାଇଛି। ଗଗନ ବିହାରୀ ପ୍ରତିଦିନ ପରି ଘରକୁ ଫେରୁଥିବା ବେଳେ ମଣିକୁଣ୍ଡା ଛକ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କୁ ୩ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପୂର୍ବରୁ ଗତ ଜୁଲାଇ ୧୩ ସନ୍ଧ୍ୟାରେ ସହରର ଗୁଲନଗରଠାରେ ଧର୍ମରକ୍ଷା ସେନାର ଜିଲା ଆବାହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କୁ ୨ ଜଣ ଯୁବକ ଗୁଳିକରି ଫେରାର ହୋଇଯାଇଥିଲେ । ସେହିପରି ଗତ ଅଗଷ୍ଟ ୧୫ରେ ରାତି ପ୍ରାୟ ୧୦ଟାରେ ସଦର ଥାନା ଅନ୍ତର୍ଗତ କଳପଡା ପୋଲ ଉପରେ ଗୁଳିକାଣ୍ଡ ହୋଇଥିଲା । ଏହି ଘଟଣାରେ ପାଟକୁରା ଥାନା ଅନ୍ତର୍ଗତ ବଛରାଇ ଗ୍ରାମର ରାଜେଶ ମୁଦୁଲି ଓ ଅଙ୍ଗୁଳାଇ ଗ୍ରାମର ରଞ୍ଜନ ଭୂୟଁ। ଗୁରୁତର ହୋଇଥିଲେ । ବାରମ୍ବାର ଗୁଳିକାଣ୍ଡ ଘଟଣା ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଉଦ୍‌ବେଗ ସୃଷ୍ଟି କରିଛି । ଏ ସମ୍ପର୍କରେ ବୁଦ୍ଧିଜୀବୀ ଚିତ୍ତରଞ୍ଜନ ଦାସ, ସନ୍ତୋଷ କୁମାର କର, ବାନାମ୍ବର ସାହୁ, ଆଶିଷ କୁମାର ସେନାପତି ପ୍ରମୁଖ କୁହନ୍ତି, ମଙ୍ଗଳବାର କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ କୁମାର ସିଂ ଜିଲା ଗସ୍ତ କରି ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ ପାଇଁ ଫାଇଭ-ଟି ସମ୍ପର୍କରେ ବୁଝାଇଲେ । ଏହାର ୨୪ ଘଣ୍ଟା ପୂରି ନ ଥିବା ବେଳେ ଜିଲାରେ ପୁନର୍ବାର ଗୁଳି ଫୁଟିଛି। ଏଠାରେ କଥାରେ କଥାରେ ଗୁଳି ଫୁଟୁଥିବା ବେଳେ ବନ୍ଧୁକ କେଉଁଠାରୁ ଆସୁଛି ସେନେଇ ଜିଲା ସ୍ପେଶାଲ ସ୍କ୍ବାର୍ଡ ଅଥବା ଜିଲା ପୋଲିସକୁ କୌଣସି ସୂଚନା ମିଳୁନାହିଁ। ପୂର୍ବରୁ ଟେଣ୍ଟର ଫିକ୍ସିଂ ଓ ଦାଦାବଟି ପାଇଁ ବନ୍ଧୁକ ଉଠୁଥିଲା ବେଳେ ଏବେ ସାଧାରଣ କଥାରେ ବନ୍ଧୁକ ଗର୍ଜୁଛି ବୋଲି ସେମାନେ କ୍ଷୋଭର ସହ ପ୍ରକାଶ କରିଛନ୍ତି । ଲଗାତାର ଗୁଳିକାଣ୍ଡ ସମ୍ପର୍କରେ କେନ୍ଦ୍ରାପଡା ଏସଡିପିଓ ରାଜୀବଲୋଚନ ପଣ୍ଡା କୁହନ୍ତି, ବାବୁଲି ଗୁଳିକାଣ୍ଡ ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ମଣିକୁଣ୍ଡା ଗୁଳିକାଣ୍ଡ ଘଟଣାର ପ୍ରାଥମିକ ତଦନ୍ତ ଚାଲିଛି । ଗଗନବିହାରୀ ଜଣେ ଯୁବ ଔଷଧ ବ୍ୟବସାୟୀ ହୋଇଥିବାରୁ ବ୍ୟବସାୟିକ ଶତ୍ରୁତା, ଦାଦାବଟି ସମ୍ପର୍କରେ ତଦନ୍ତ ହେବ ବୋଲି ସେ କହିଛନ୍ତି। ଏଥିସହ ପ୍ରେମ ବ୍ୟାପାର ଓ ଗଣେଶ ଭସାଣିରେ ଗ୍ରାମ ଗଣ୍ଡଗୋଳ ସମ୍ପର୍କରେ ତନଖି କରାଯାଇ ଖୁବ୍‌ଶୀଘ୍ର ଅପରାଧୀଙ୍କୁ ଧରାଯିବ ବୋଲି ଏସ୍‌ଡିପିଓ ପଣ୍ଡା ଆଶାବ୍ୟକ୍ତ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri