ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାଲିଘାଟର ଭାଗିରଥି ପ୍ରଧାନ ଓରଫ ଭାଗୁ ଗୁରୁତର ହୋଇଛନ୍ତି। ଗୁଳି ତାଙ୍କ ବାମ ଆଣ୍ଠୁ ତଳେ ବାଜିଛି । ତାଙ୍କୁ ପ୍ରଥମେ ପିପିଲି ଚିକିତ୍ସାଳୟ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ନିକଟରୁ ପୋଲିସ ୯ ଏମ୍‌ଏମ୍‌ ପିସ୍ତଲ, ଗୁଳି ଏବଂ ଏକ ବାଇକ ଜବତ କରିଛି। ଧସ୍ତାଧସ୍ତି ବେଳେ ତାଳବଣିଆ ଆଇଆଇସି ଶୁଭଲକ୍ଷ୍ମୀ ପୂଜାରୀ ସାମାନ୍ୟ ଆହତ ହୋଇଥିବା ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଶୁଭଲକ୍ଷ୍ମୀଙ୍କ ଅଭିଯୋଗ କ୍ରମେ ପିପିଲି ଥାନାରେ କେସ୍‌ ନଂ ୨୬୬/୧୯ରେ ଏକ ମାମଲା ରୁଜୁ ହୋଇଛି ।
ସୂଚନାଯୋଗ୍ୟ, ତାଳବଣିଆ ଥାନାର ମୋଷ୍ଟ ୱାଣ୍ଟେଡ୍‌ ତାଲିକାରେ ଥିଲେ ଭାଗୁ। ତାଙ୍କ ବିରୋଧରେ ବିଭିନ୍ନ ଥାନାରେ ୨୦ଟି ମାମଲା ରହିଛି। ବହୁ ଚର୍ଚ୍ଚିତ ଗତ ଡିସେମ୍ବର ମାସରେ ଘଟିଥିବା ସଞ୍ଜୟ ଓରଫ ପାରା ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଥିଲେ ଭାଗୁ। ଏହି ଘଟଣାରେ ଜେଲ୍‌ ଯାଇ ଜାମିନରେ ଆସିଥିଲେ। ଭାଗୁଙ୍କୁ ଧରିବା ଲାଗି ଏସ୍‌ପି ଉମାଶଙ୍କର ଦାଶଙ୍କ ନେତୃତ୍ୱରେ ଏକ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ଗୁରୁବାର ରାତି ପ୍ରାୟ ସାଢ଼େ ୨ଟା ବେଳେ ଭାଗୁ ବାଇକରେ ନିମାପଡ଼ାରୁ ପୁରୀ ଆସୁଥିଲେ । କୌଣସି ସୂତ୍ରରୁ ଖବରପାଇ ତାଳବଣିଆ ପୋଲିସ ପିପିଲି ବାଇପାସ ଓଭରବ୍ରିଜ୍‌ ତରାକାଜ ଛକରେ ଯାନବାହନ ଯାଞ୍ଚ କରୁଥିଲା। ଏହି ସମୟରେ ଭାଗୁ ପୋଲିସକୁ ଦେଖି ଖସିଯିବାକୁ ଉଦ୍ୟମ କରିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଭାଗୁ ପୋଲିସ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ପୋଲିସର ପାଲଟା ଗୁଳିରେ ସେ ଆହତ ହୋଇଥିଲେ। ଧସ୍ତାଧସ୍ତି ବେଳେ ତାଳବଣିଆ ଆଇଆଇସି ଶୁଭଲକ୍ଷ୍ମୀ ପୂଜାରୀ ତଳେ ପଡ଼ି ଆହତ ହୋଇଥିଲେ। ତାଙ୍କ ବାମ ହାତରେ ଆଘାତ ଲାଗିଛି । ଏହି ଘଟଣାକୁ ମିଶାଇ ୩ ବର୍ଷରେ ପୁରୀ ପୋଲିସ ୧୩ଟି ଏନ୍‌କାଉଣ୍ଟର କରିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri