ଏନ୍‌ଡିଆର୍‌ଏଫ୍‌ର ୪୯ ଯବାନ କରୋନା ପଜିଟିଭ

କଟକ ଅଫିସ,୯।୬: ପଶ୍ଚିମବଙ୍ଗରୁ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ସାରି ଫେରିଥିବା ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୪୯ କରୋନା ଆକ୍ରାନ୍ତ ହୋଇଛନ୍ତି। ସୋମବାର ସେମାନଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ୍‌
ଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ପ୍ରଶାସନ ସୂଚନା ଦେଇଛି। ଉଲ୍ଲେଖଯୋଗ୍ୟ, ବାତ୍ୟା ଅମ୍ଫନ୍‌ ଯୋଗୁ ମେ’ ୨୩ରେ ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ କଟକ ମୁଣ୍ଡଳିସ୍ଥିତ ଏନ୍‌ଡିଆର୍‌ଏଫ୍‌ର ୧୬୭ ଯବାନ। ଗତ ୪ ତାରିଖରେ ସେମାନେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ। ସେମାନଙ୍କୁ ସଙ୍ଗରୋଧରେ ରଖିବା ସହ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସୋମବାର ୪୯ ଯବାନଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଗତ ଶନିବାର ମଧ୍ୟ ଜଣେ ଯବାନଙ୍କଠାରେ କରୋନା ପଜିଟିଭ୍‌ ବାହାରିଥିଲା। ଫଳରେ ଏନ୍‌ଡିଆର୍‌ଏଫ୍‌ରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚତ୍ଛି। ସୋମବାର ସୁଦ୍ଧା ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ…

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri