Posted inଜାତୀୟ

ଏନ୍‌ଡିଏରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇ ପାରନ୍ତି ପାଓ୍ବାର

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ମହାଭାରତର ଅଭେଦ୍ୟ ଦୁର୍ଗକୁ ପଶିବା ସମସ୍ତଙ୍କ ପାଇଁ ସମ୍ଭବ ନୁହେଁ ବୋଲି କୁହାଯାଉଛି। ଗୋଟିଏ ପଟେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା) ସହ ମିଶି ସରକାର ଗଢୁଥିବା ବେଳେ ଅନ୍ୟପଟେ ଏନ୍‌ସିପି ମୁଖ୍ୟ ଏହାକୁ ନେଇ ଚୁପ୍‌ ଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏବେ ରାଜନୈତୀକ ମହଲରେ ଆଲୋଚନା ହେଉଛି କି ୨୦୨୨ରେ ଶରଦ ପାଓ୍ବାରଙ୍କୁ ଏନ୍‌ଡିଏ ଏକ ବଡ ଉପହାର ଦେବାକୁ ଯାଉଛି। ତାହାହେଲା ଏନ୍‌ଡିଏ ୨୦୨୨ରେ ଶରଦ ପାଓ୍ବାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିପାରେ। କେବଳ ସେତିକି ନୁହେଁ ଶରଦଙ୍କ ଝିଅ ସୁପ୍ରିୟା ସୁଲେ ମଧ୍ୟ ଖୁବ୍‌ଶୀଘ୍ର ଭାଜପାରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି। ତେଣୁ ଏବେ ଶରଦ ପାଓ୍ବାର ଭାଜପା ବିପକ୍ଷରେ ଏତେଟା ଶକ୍ତ ହୋଇ ପାରୁ ନାହାଁନ୍ତି ବୋଲି ଆଲୋଚନା ହେଲାଣି। ଆଲୋଚନା ହେଉଛି କି ସଂଘ ପରିବାରକୁ ନେଇ ୪୩ ପୁସ୍ତକ ଲେଖି ସାରିଥିବା ନାଗପୁରର ସଂଘ ବିଚାରକ ଦିଲ୍ଲୀପ ଦେଓଘର ମହାରାଷ୍ଟ୍ରର ସମ୍ପୂର୍ଣ୍ଣ ରାଜନୈତିକ ଘଟଣା କ୍ରମର ଟିପ୍ପଣୀ କରି ଦାବି କରିଛନ୍ତି, ମହାରାଷ୍ଟ୍ରରେ ଫଡନବିସ ସରକାର ଗଠନ ଉପରେ ଶରଦ ପାଓ୍ବାର ଜାଣିଶୁଣି ଚୁପ୍‌ ରହିଛନ୍ତି। ଆଉ ଶରଦ ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଦିଲ୍ଲୀପ କୁଆଡେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ଅଗଷ୍ଟରେ ୧୦ଦିନ ସ୍କୁଲ-କଲେଜ ବନ୍ଦ, ଦେଖନ୍ତୁ ପୂରା ଛୁଟିଲିଷ୍ଟ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ସ୍କୁଲ କିମ୍ବା କଲେଜରେ ପଢ଼ୁଥିବା ଜଣେ ଛାତ୍ର (କିମ୍ବା ଆପଣଙ୍କ ଘରେ ପିଲା ଅଛନ୍ତି), ତେବେ ଅଗଷ୍ଟ ମାସ ଆପଣଙ୍କ ପାଇଁ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri