ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା ହୋଇଥିଲା। ବର୍ତ୍ତମାନ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଅନେକ ଲୋକ କର୍କଟ, ମଧୁମେହ, ହୃଦ୍‌ଘାତ ଭଳି ଅଣସଂକ୍ରମିତ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏହାର ନିୟନ୍ତ୍ରଣ, ନିରାକରଣ ଓ ଚିକିତ୍ସା ପାଇଁ ବୈଠକରେ କେତେକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତି ଅନୁଯାୟୀ ୨୦୨୦ ମାର୍ଚ୍ଚ ସୁଦ୍ଧା ୧୯ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସିୟୁ ସୁବିଧା ଉପଲବ୍ଧ ହେବ ଏବଂ ଅବଶିଷ୍ଟ ୧୧ ଜିଲାରେ ଏହା ୨୦୨୧ ସୁଦ୍ଧା କାର୍ଯ୍ୟକାରୀ ହେବ।
ଚଳିତ ଆର୍ଥତ୍କ ବର୍ଷରେ ବୟସ୍କ ଲୋକଙ୍କ ଚିକିତ୍ସାଲାଗି ଥିବା ୧୦ ଶଯ୍ୟା ବିଶିଷ୍ଟ ଜେରିଆଟିକ ୱାର୍ଡ ୧୩ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସମ୍ପ୍ରସାରିତ ହେବ। ବର୍ତ୍ତମାନ ୮ ଜିଲାରେ ଏହି ସୁବିଧା ଉପଲବ୍ଧ। ଏହି ଜାତୀୟ ଯୋଜନାରେ ବଧିରମାନଙ୍କ ଲାଗି କେବଳ କନ୍ଧମାଳ ଜିଲାରେ ଶବ୍ଦ ନିରୋଧୀ କୋଠରି ଥିବାବେଳେ ଆସନ୍ତା ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏହା ୩୦ ଜିଲାକୁ ସମ୍ପ୍ରସାରିତ ହେବ। ସେହିଭଳି ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏସ୍‌ସିବି ମେଡିକାଲ କଲେଜ ହସ୍ପିଟାଲ ଇଏନ୍‌ଟି ବିଭାଗରେ ଦୁଇଟି ଟେମ୍ପୋରାଲ ବୋନ୍‌ ପରୀକ୍ଷାଗାର ପ୍ରତିଷ୍ଠା କରାଯିବ। ମେଡିକାଲ ଅଫିସର ଓ ଷ୍ଟାଫ୍‌ ନର୍ସମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଡେ’ କେୟାର କେମୋଥେରାପି ସେବା ପ୍ରଦାନ କରାଯିବ। ବର୍ତ୍ତମାନ ଏହା ୨୬ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପଲବ୍ଧ ରହିଛି। ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଓ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ କର୍କଟରୋଗୀଙ୍କ ଉପଶମ ସେବା ଉପଲବ୍ଧ ହେବ। ପରବର୍ତ୍ତୀ ସମୟରେ ଏହା ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲାଯିବ। ଏଥିପାଇଁ କର୍ମଚାରୀଙ୍କୁ କଟକସ୍ଥିତ ଆଚାର୍ଯ୍ୟ ହରିହର କର୍କଟ ଗବେଷଣା କେନ୍ଦ୍ରରେ ତାଲିମ ଦିଆଯିବ। ବର୍ତ୍ତମାନ ୧୩ ଜିଲାରେ ତମାଖୁ ମୁକ୍ତି କେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ସମସ୍ତ ଜିଲାକୁ ସମ୍ପ୍ରସାରିତ ହେବ। ଏହି ଟାସ୍କଫୋର୍ସ ବୈଠକରେ ଜାତୀୟ ଗ୍ରାମ୍ୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମର ଏମ୍‌ଡି ୟାମିନୀ ଷଡ଼ଙ୍ଗୀ, ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବତନ୍ତ୍ର ସଚିବ ଡା. ବି.କେ. ବ୍ରହ୍ମା ଓ ଡା. ହରପ୍ରସାଦ ପଟ୍ଟନାୟକଙ୍କ ସମେତ ବହୁ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri