ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା ହୋଇଥିଲା। ବର୍ତ୍ତମାନ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଅନେକ ଲୋକ କର୍କଟ, ମଧୁମେହ, ହୃଦ୍‌ଘାତ ଭଳି ଅଣସଂକ୍ରମିତ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏହାର ନିୟନ୍ତ୍ରଣ, ନିରାକରଣ ଓ ଚିକିତ୍ସା ପାଇଁ ବୈଠକରେ କେତେକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତି ଅନୁଯାୟୀ ୨୦୨୦ ମାର୍ଚ୍ଚ ସୁଦ୍ଧା ୧୯ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସିୟୁ ସୁବିଧା ଉପଲବ୍ଧ ହେବ ଏବଂ ଅବଶିଷ୍ଟ ୧୧ ଜିଲାରେ ଏହା ୨୦୨୧ ସୁଦ୍ଧା କାର୍ଯ୍ୟକାରୀ ହେବ।
ଚଳିତ ଆର୍ଥତ୍କ ବର୍ଷରେ ବୟସ୍କ ଲୋକଙ୍କ ଚିକିତ୍ସାଲାଗି ଥିବା ୧୦ ଶଯ୍ୟା ବିଶିଷ୍ଟ ଜେରିଆଟିକ ୱାର୍ଡ ୧୩ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସମ୍ପ୍ରସାରିତ ହେବ। ବର୍ତ୍ତମାନ ୮ ଜିଲାରେ ଏହି ସୁବିଧା ଉପଲବ୍ଧ। ଏହି ଜାତୀୟ ଯୋଜନାରେ ବଧିରମାନଙ୍କ ଲାଗି କେବଳ କନ୍ଧମାଳ ଜିଲାରେ ଶବ୍ଦ ନିରୋଧୀ କୋଠରି ଥିବାବେଳେ ଆସନ୍ତା ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏହା ୩୦ ଜିଲାକୁ ସମ୍ପ୍ରସାରିତ ହେବ। ସେହିଭଳି ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏସ୍‌ସିବି ମେଡିକାଲ କଲେଜ ହସ୍ପିଟାଲ ଇଏନ୍‌ଟି ବିଭାଗରେ ଦୁଇଟି ଟେମ୍ପୋରାଲ ବୋନ୍‌ ପରୀକ୍ଷାଗାର ପ୍ରତିଷ୍ଠା କରାଯିବ। ମେଡିକାଲ ଅଫିସର ଓ ଷ୍ଟାଫ୍‌ ନର୍ସମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଡେ’ କେୟାର କେମୋଥେରାପି ସେବା ପ୍ରଦାନ କରାଯିବ। ବର୍ତ୍ତମାନ ଏହା ୨୬ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପଲବ୍ଧ ରହିଛି। ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଓ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ କର୍କଟରୋଗୀଙ୍କ ଉପଶମ ସେବା ଉପଲବ୍ଧ ହେବ। ପରବର୍ତ୍ତୀ ସମୟରେ ଏହା ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲାଯିବ। ଏଥିପାଇଁ କର୍ମଚାରୀଙ୍କୁ କଟକସ୍ଥିତ ଆଚାର୍ଯ୍ୟ ହରିହର କର୍କଟ ଗବେଷଣା କେନ୍ଦ୍ରରେ ତାଲିମ ଦିଆଯିବ। ବର୍ତ୍ତମାନ ୧୩ ଜିଲାରେ ତମାଖୁ ମୁକ୍ତି କେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ସମସ୍ତ ଜିଲାକୁ ସମ୍ପ୍ରସାରିତ ହେବ। ଏହି ଟାସ୍କଫୋର୍ସ ବୈଠକରେ ଜାତୀୟ ଗ୍ରାମ୍ୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମର ଏମ୍‌ଡି ୟାମିନୀ ଷଡ଼ଙ୍ଗୀ, ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବତନ୍ତ୍ର ସଚିବ ଡା. ବି.କେ. ବ୍ରହ୍ମା ଓ ଡା. ହରପ୍ରସାଦ ପଟ୍ଟନାୟକଙ୍କ ସମେତ ବହୁ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri