ଏନ୍‌ସିଏଲ୍‌ଟିର ଦ୍ୱାରସ୍ଥ ହେଲେ କେନ୍ଦ୍ର; ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଅଡିଟର, ଅନ୍ୟ ୨୧ଙ୍କ ଆକାଉଣ୍ଟ ହେବ ଅଚଳ

ନୂଆଦିଲ୍ଲୀ,୭-୮: ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିବା ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ର ଅଡିଟର ଡେଲଏଟ ଓ ବିଏସ୍‌ଆରଙ୍କର ଅଡୁଆ ବଢ଼ିବାକୁ ଯାଉଛି। ସେମାନଙ୍କ ସହ ଦୁର୍ନୀତିରେ ଲିପ୍ତ ଅନ୍ୟ ୨୧ ଜଣଙ୍କ ଆକାଉଣ୍ଟ ଅଚଳ କରିବା ଲାଗି କେନ୍ଦ୍ର ସରକାର ମଙ୍ଗଳବାର ଏନ୍‌ସିଏଲ୍‌ଟିରେ ଆବେଦନ କରିଛନ୍ତି। ଅନୀୟମିତତାରେ ସାମିଲ ହେବା ତଥା ଦୁର୍ନୀତିକୁ ଲୁଚାଇବା ଅଭିଯୋଗ ଆଣି କେନ୍ଦ୍ର ସରକାର ଇତିପୂର୍ବେ ଉକ୍ତ ଅଡିଟରଙ୍କୁ ୫ ବର୍ଷ ବ୍ୟାନ୍‌ କରିବାକୁ ଏନ୍‌ସିଏଲ୍‌ଟିରେ ଆବେଦନ କରିଛନ୍ତି। ଏହି ମାମଲାର ରାୟ ଖୁବଶୀଘ୍ର ପ୍ରକାଶ ପାଇବାକୁ ଯାଉଛି। ବ୍ୟାନ ମାମଲାର ରାୟ ପ୍ରକାଶ ପର୍ଯ୍ୟନ୍ତ ଅଡିଟରଙ୍କ ଆକାଉଣ୍ଟ ଅଚଳ କରିବା ଲାଗି ଅର୍ଥ ମନ୍ତ୍ରଣାଳୟ ଚାହୁଁଛି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ର ପୂର୍ବତନ ନିର୍ଦ୍ଦେଶକଙ୍କ ଭଳି ଏହି ଅଡିଟରଙ୍କୁ ମାସକୁ ୧ରୁ ୨ ଲକ୍ଷ ଟଙ୍କା ଉଠାଇବାକୁ ଅନୁମତି ଦେବାକୁ ଆବେଦନରେ ଦର୍ଶାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ଲଢ଼ୁଥିବା ଓକିଲ ସଞ୍ଜୟ ସୋରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri