Posted inଖେଳ

ଏନ୍‌ସିଏ ୨୩ବର୍ଷରୁ କମ୍‌ ମହିଳା ଶିବିରରେ ସୁଶ୍ରୀ

କଟକ ଅଫିସ,୧୫ା୫- ଆସନ୍ତା ଜୁନ ୨୪ରୁ ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ବେଙ୍ଗାଲୁରୁ ସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ୨୩ବର୍ଷରୁ କମ୍‌ ମହିଳା ଶିବିର ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକମାତ୍ର ଖେଳାଳି ଭାବେ ସୁଶ୍ରୀ ଦିବ୍ୟଦର୍ଶିନୀ ଯୋଗଦେବାକୁ ମନୋନୀତ ହୋଇଛନ୍ତି । ନିକଟ ଅତୀତରେ ଶେଷ ହୋଇଥିବା ମହିଳା ଆଇପିଏଲରେ ମଧ୍ୟ ସୁଶ୍ରୀ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ସାମିଲ ହୋଇଥିଲେ। ସେ ମିଥାଲି ରାଜଙ୍କ ନେତୃତ୍ୱାଧୀନ ଭେଲୋସିଟି ଦଳରୁ ପ୍ରତିନିଧିତ୍ୱ କରୁଥିଲେ। ଭେଲୋସିଟି ଦଳ ମହିଳା ଆଇପିଏଲରେ ରନର୍ସଅପ ହୋଇଥିଲା। ଟ୍ରାଏଲ ବ୍ଲେଜର୍ସ ବିପକ୍ଷ ମ୍ୟାଚ୍‌ରେ ସୁଶ୍ରୀ ୩ ଓଭର ବୋଲିଂ କରି ୧୪ରନ ବିନିମୟରେ ଗୋଟିଏ ଉଇକେଟ ଦଖଲ କରିବା ସହ ମ୍ୟାଚ୍‌ ବିଜୟୀ ସୂଚକ ରନ ସଂଗ୍ରହ ମଧ୍ୟ କରିଥିଲେ। ଢ଼େଙ୍କାନାଳରେ ଜନ୍ମିତ ସୁଶ୍ରୀ ଡାହାଣହାତୀ ସ୍ପିନର ଓ ବ୍ୟାଟ୍ସମ୍ୟାନ ଭାବେ ଓଡ଼ିଶା ଦଳରୁ ନିୟମିତ ଖେଳାଳି ଭାବେ ପ୍ରତିନିଧିତ୍ୱ କରୁଛନ୍ତି। ସେ ନୟାପଲ୍ଲୀସ୍ଥିତ ଇନ୍ଦୀରା ମଇଦାନ(ସ୍ପୋଟର୍‌ସ ଆଣ୍ଡ ଗେମ୍ସ ଅର୍ଗାନାଇଜେଶନ)ରେ କୋଚ୍‌ କ୍ଷୀରୋଦ ବେହେରାଙ୍କଠାରୁ ପ୍ରଶିକ୍ଷଣପ୍ରାପ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri