ଏପ୍ରିଲ ୩୦ଯାଏ ନଏଡାରେ ୧୪୪ ଧାରା ଜାରି: ସ୍କୁଲ ଫି’ ଦେୟ ଉପରେ ରୋକୋ ଲଗାଇଲେ ଜିଲାପାଳ

ନଏଡା,୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ସହ ସାମାଜିକ ଦୂରତାକୁ ବଜାୟ ରଖିବା ପାଇଁ ଗୌତମବୁଦ୍ଧ ନଗରର ଜିଲା ପ୍ରଶାସନ ପକ୍ଷରୁ ରବିବାର ବଡ଼ ନିଷ୍ପତ୍ତି ନିଆଯାଇଛି। ଏଠାରେ ଜାରି କରାଯାଇଥିବା ୧୪୪ ଧାରାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ଜଣାପଡ଼ିଛି। କୋଭିଡ-୧୯କୁ ରୋକିବା ପାଇଁ ପୂର୍ବରୁ ଏପ୍ରିଲ ୫ପର୍ଯ୍ୟନ୍ତ ଗୌତମବୁଦ୍ଧ ନଗରରେ ଧାରା ୧୪୪ ଲାଗୁ କରାଯାଇଥିଲା। କିନ୍ତୁ ରାଜ୍ୟରେ କରୋନା ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସୁରକ୍ଷା ଦୃଷ୍ଟିରୁ ଏହାକୁ ବୃଦ୍ଧି କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅପରପକ୍ଷେ ଗୌତମବୁଦ୍ଧ ନଗରର ଜିଲାପାଳ ସୁହାସ ଏଲ୍‌ଓ୍ବାଇ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। କରୋନା ଯୋଗୁ ସହରର ସମସ୍ତ ସ୍କୁଲ ବନ୍ଦ ରହିଛି। ଏହି ସମୟରେ କୌଣସି ସ୍କୁଲ କର୍ତ୍ତୃପକ୍ଷ ଅଭିଭାବକଙ୍କଠାରୁ ଫି’ ମାଗିପାରିବେ ନାହିଁ ବୋଲି ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯଦି କେହି ଏହାର ଖିଲାପ କରନ୍ତି, ତେବେ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri