Posted inଖେଳ

ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି: ଭାରତୀୟ ଦଳରେ ୪ ଓଡ଼ିଆ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ନଭେମ୍ବର ୧ ଓ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଖେଳିବ। ପୁରୁଷ ଦଳ କଳିଙ୍ଗରେ ପୂର୍ବରୁ ଅନେକ ଟୁର୍ନାମେଣ୍ଟ ଖେଳି ସାରିଥିବାବେଳେ ମହିଳା ଦଳ ପ୍ରଥମଥରପାଇଁ ଓଡ଼ିଶାରେ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତା ପାଇଁ ଶୁକ୍ରବାର ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷିତ ହୋଇଛି। ଓଡ଼ିଶାର ମୋଟ ୪ ଖେଳାଳି କ୍ୱାଲିଫାୟର୍ସ ଖେଳିବାକୁ ମନୋନୀତ ହୋଇଛନ୍ତି। ମହିଳା ଦଳରେ ଦୀପ୍‌ ଗ୍ରେସ୍‌ ଏକ୍କା, ଲିଲିମା ମିଞ୍ଜ ଓ ନମିତା ଟପ୍ପୋ ସ୍ଥାନ ପାଇଥିବାବେଳେ ପୁରୁଷ ଦଳରେ ସାମିଲ ହୋଇଛନ୍ତି ଅମିତ ରୋହି ଦାସ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କ୍ୟାମ୍ପରେ ସାମିଲ ଥିବା ଅଭିଜ୍ଞ ବୀରେନ୍ଦ୍ର ଲାକ୍ରାଙ୍କୁ ୧୮ ଜଣିଆ ଦଳରୁ ବାଦ୍‌ ଦିଆଯାଇଛି। ମହିଳା ଦଳରେ ସ୍ଥାନ ପାଇଥିବା ୩ ଜଣ ଯାକ ଖେଳାଳି ଦୀପ୍‌ ଗ୍ରେସ, ଲିଲିମା ଓ ନମିତା ପୂର୍ବରୁ ୨୦୧୪ ଇଞ୍ଚତ୍ଅନ ଏସିଆନ ଗେମ୍ସରେ ବ୍ରୋଞ୍ଜ, ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ଏବଂ ୨୦୧୭ରେ ଗିଫୁଠାରେ ଅନୁଷ୍ଠିତ ଏସିଆନ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ଥିଲେ। ଅମିତ ୨୦୧୩ରେ ଇପୋଠାରେ ଅନୁଷ୍ଠିତ ଏସିଆ କପ୍‌ରେ ରୌପ୍ୟ, ୨୦୧୭ରେ ଢାକାରେ ଅନୁଷ୍ଠିତ ଏସିଆ କପ୍‌ରେ ସ୍ବର୍ଣ୍ଣ, ୨୦୧୭ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ଓ୍ବାଲର୍‌ଡ ଲିଗ୍‌ରେ ବ୍ରୋଞ୍ଜ, ୨୦୧୮ ବ୍ରେଡା ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ବ୍ରୋଞ୍ଜ ବିଜୟୀ ଭାରତୀୟ ଦଳ ପକ୍ଷରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri