Posted inଖେଳ

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ପାଇଁ ନିଶାନ୍ତ ଜଜ୍‌

ଭୁବନେଶ୍ୱର, ୧୬।୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତୀୟ ଦଳ ଆସନ୍ତା ୨୧ ଓ ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨ଟି ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଲାଗି ଓଡ଼ିଶାର ନିଶାନ୍ତ ଜ୍ୟୋତି ମହାନ୍ତିଙ୍କୁ ଟାଇମିଂ ଓ ସ୍କୋରିଂ ଜଜ୍‌ ଭାବେ ନିଯୁକ୍ତ କରାଯାଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ନିଶାନ୍ତଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ବର୍ତ୍ତମାନ ଇଷ୍ଟକୋଷ୍ଟ ରେଲ୍‌ଓ୍ବେରେ କାର୍ଯ୍ୟରତ ନିଶାନ୍ତ ଏଥିପୂର୍ବରୁ ଜଜ୍‌, ଅମ୍ପାୟର ଓ ଟେକ୍‌ନିକାଲ ଅଫିସିଆଲ ଭାବେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତାର ସହିତ ଦାୟିତ୍ୱ ତୁଲାଇସାରିଛନ୍ତି। ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ପାଇଁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଥିବାରୁ ହକି ଓଡ଼ିଶା ସମ୍ପାଦକ ପ୍ରତାପ ଶତପଥୀ ଏହି ଅବସରରେ ନିଶାନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?