Posted inଖେଳ

ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ ଫାଇନାଲ:ସେମିଫାଇନାଲରେ ଭାରତ

ହିରୋଶୀମା,୧୮।୬(ପିଟି)- ଏଠାରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବୃହତ୍‌ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି। ଗୁର୍‌ଜୀତ କୌରଙ୍କ ୪ ଗୋଲ ବଳରେ ଭାରତୀୟ ଦଳ ୧୧-୦ ବ୍ୟବଧାନରେ ଫିଜିକୁ ହରାଇ ଦେଇଛି। ଗୁର୍‌ଜୀତଙ୍କ ବ୍ୟତୀତ ମୋନିକା ଡବଲ୍ସ ଗୋଲ ଦେଇଥିବାବେଳେ ଲାଲରେମ୍‌ସିଆମି, ଅଧିନାୟିକା ରାଣୀ ରାମ୍‌ପାଲ, ବନ୍ଦନା କାଟାରିଆ, ଲିଲିମା ମିଞ୍ଜ ଓ ନବନୀତ କୌର ଗୋଟିଏ କରି ଗୋଲ ସ୍କୋର କରିଥିଲେ। ବିଶ୍ୱର ୯ମ ର଼୍ୟାଙ୍କ ଦଳ ମ୍ୟାଚ୍‌ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ନିମ୍ନ ର଼୍ୟାଙ୍କଧାରୀ ଦଳ ଉପରେ ପ୍ରଭାବ ବିସ୍ତାର କରି ଖେଳିଥିଲା। ୬୦ ମିନିଟ ବିଶିଷ୍ଟ ମ୍ୟାଚ୍‌ରେ ଭାରତ ପ୍ରତିପକ୍ଷ ଦଳର ସ୍କୋରିଂ ଅଞ୍ଚଳରେ ୭୪ ଥର ପ୍ରବେଶ କରିଥିଲା। ପ୍ରଥମ କ୍ୱାର୍ଟରର ୪ର୍ଥ ମିନିଟ୍‌ରେ ଲାଲରେମ୍‌ସିଆମିଙ୍କ ଫିଲ୍ଡ ଗୋଲ ଜରିଆରେ ଦଳର ଖାତା ଖୋଲିଥିଲେ। ଅଧିନାୟିକା ରାଣୀ ଦଳ ପାଇଁ ଦ୍ୱିତୀୟ ସଫଳତା ଆଣି ଦେଇଥିଲେ। ୧୦ମ ମିନିଟ୍‌ରେ ଦଳକୁ ମିଳିଥିବା ପେନାଲ୍ଟି କର୍ନରକୁ ସେ ଗୋଲରେ ପରିଣତ କରିଥିଲେ। ଏହାର ପର ମିନିଟ୍‌ରେ ମୋନିକା (୧୧ତମ ମିନିଟ୍‌) ଗୋଲ ଦେଇ ଦଳର ଅଗ୍ରଣୀ ବ୍ୟବଧାନକୁ ୩-୦ ବୃଦ୍ଧି କରାଇଥିଲେ। ଫରଓ୍ବାର୍ଡ ବନ୍ଦନା କାଟାରିୟା (୧୨ତମ) ଫିଲ୍ଡ ଗୋଲ ଦେଇଥିବାବେଳେ ଗୁର୍‌ଜୀତ (୧୪ତମ) ପେନାଲ୍ଟି କର୍ନର ଜରିଆରେ ସ୍କୋର କରିଥିଲେ। ଫଳରେ ପ୍ରଥମ କ୍ୱାର୍ଟର ସୁଦ୍ଧା ଭାରତ ୫-୦ ଗୋଲର ଅଗ୍ରଣୀ ହାସଲ କରି ନେଇଥିଲା। ଏହାପରେ ୧୯ , ୨୧ ଓ ୨୨ ତମ ମିନିଟ୍‌ରେ କ୍ରମାଗତ ୩ ଗୋଲ ଦେଇ ଗୁର୍‌ଜୀତ ବ୍ୟକ୍ତିଗତ ହ୍ୟାଟ୍ରିକ ପୂରଣ କରିଥିଲେ। ତୃତୀୟ କ୍ୱାର୍ଟର ଆରମ୍ଭରୁ ମିଡ୍‌ଫିଲ୍ଡର ମୋନିକା (୩୩ତମ) ଦଳ ଲାଗି ୯ମ ଗୋଲ ଦେଇଥିଲେ। ଏହି ଧାରାରେ ୫୧ତମ ମିନିଟ୍‌ରେ ଗୋଲ ଦେଇ ଓଡ଼ିଆ ଖେଳାଳି ଲିଲିମା ସାମିଲ ହୋଇଥିଲେ। ଏହାର ୬ମ ମିନିଟ୍‌ ପରେ ନବନୀତ ମ୍ୟାଚ୍‌ର ଅନ୍ତିମ ଗୋଲ ଦେଇଥିଲେ। ଭାରତୀୟ ଦଳ ଶନିବାର ତା’ର ସେମିଫାଇନାଲ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri