ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ: ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ପାଇଁ ପ୍ରଶିକ୍ଷଣ ଶିବିର

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ଏବଂ ସାଧାରଣ ପାଠ୍ୟ ଖସଡ଼ା ଆଧାରରେ ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ଉପରେ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବ୍ୟାଙ୍କ ପ୍ରାୟୋଜିତ ଏବଂ ଓଡ଼ିଶା ଉଚ୍ଚଶିକ୍ଷା ପରିଷଦ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରକୁ କୁଳପତି ପ୍ରଫେସର ମଧୁମିତା ଦାସ ଉଦଘାଟନ କରିଥିଲେ। ସର୍ବପ୍ରଥମେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା।
ପ୍ରଥମ ଅଧିବେଶନରେ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ବର୍ତ୍ତମାନର ଉଚ୍ଚଶିକ୍ଷା ପରିଷଦର ବରିଷ୍ଠ ସଭ୍ୟ ପ୍ରଫେସର ଶିବପ୍ରସାଦ ଅଧିକାରୀ ମୁଖ୍ୟଅତିଥି ରୂପେ ଯୋଗଦେଇ ଉପରୋକ୍ତ ବିଷୟ ଉପରେ ପ୍ରଶିକ୍ଷଣ ଦେଇଥିଲେ। କାର୍ଯ୍ୟକ୍ରମର ନୋଡ଼ାଲ ଅଫିସର ପ୍ରାଧ୍ୟାପକ ଡ. ରମାକାନ୍ତ ଦାସ ସ୍ବାଗତଭାଷଣ ପ୍ରଦାନ କରିଥିଲେ। ପ୍ରଶିକ୍ଷଣ ସଂଯୋଜକ ଭାବେ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ସଚ୍ଚିଦାନନ୍ଦ ଦେହୁରୀ, ଆଇଡ଼ିପି ସଂଯୋଜକ ପ୍ରଫେସର ଦେବୀପ୍ରସନ୍ନ ମିଶ୍ର ପ୍ରମୁଖ ସେମାନଙ୍କ ଅଭିମତ ରଖିଥିଲେ। ରିସୋର୍ସପର୍ସନ ଭାବେ ପ୍ରଫେସର ଅଧିକାରୀ ଶିବିରରେ ଉପସ୍ଥିତ ଥିବା ୯୦ରୁ ଅଧିକ ସ୍ନାତକ ମହାବିଦ୍ୟାଳୟରୁ ଉପସ୍ଥିତ ପ୍ରାୟ ୨ଶହ ଜଣ ଅଧ୍ୟକ୍ଷ, ପ୍ରାଧ୍ୟାପକ, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।
ଦ୍ୱିତୀୟ ଅଧିବେଶନରେ ବାଲେଶ୍ୱରର ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରାଧ୍ୟାପକ ଡ. ସୀତାଂଶୁ କୁମାର ସାମଲ ଉପସ୍ଥିତ ରହି ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ସମ୍ପର୍କରେ ଆଲୋକପାତ କରିଥିଲେ। ଉପପରୀକ୍ଷା ନିୟନ୍ତ୍ରକ ଡ. ଆର୍ତ୍ତବନ୍ଧୁ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଶିବିରର ଦ୍ୱିତୀୟ ଦିନର ପ୍ରଥମ ଅଧିବେଶନକୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ବର୍ତ୍ତମାନ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ଉଦ୍‌ଘାଟନ କରିଥିଲେ। ଉକ୍ତ ଦିବସରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ସୁଶାନ୍ତ କୁମାର ଦାସ ସାଧାରଣ ପାଠ୍ୟ ଖସଡ଼ା ଆଧାରରେ ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ଉପରେ ଆଲୋକପାତ କରିଥିଲେ। ବିଭିନ୍ନ ମହାବିଦ୍ୟାଳୟରୁ ନିମନ୍ତ୍ରିତ ହୋଇ ଆସିଥିବା ଅଧ୍ୟକ୍ଷ, ଅଧ୍ୟାପକ ଏବଂ କର୍ମଚାରୀମାନେ ନିଜସ୍ବ ମତ ରଖିଥିଲେ। ଏହି ତାଲିମ ଶିବିରକୁ ବିଶ୍ୱବିଦ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri