ଏଫ୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ରାଜ୍ୟ ସରକାର ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବା ଲାଗି ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲ କର୍ତ୍ତୃପକ୍ଷ ବିଭିନ୍ନ ପାରାମେଡ଼ିକାଲ ପଦବୀରେ ସାମୟିକ ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିନିମନ୍ତେ ଯୋଗ୍ୟ ପ୍ରାର୍ଥୀମାନଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ଆଗ୍ରହୀ ପ୍ରାର୍ଥୀମାନେ ଆସନ୍ତା ଏପ୍ରିଲ ୩ ଓ ୪ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ମଧ୍ୟରେ ହେବାକୁ ଥିବା ସାକ୍ଷାତ୍‌କାରରେ ସିଧାସଳଖ ଭାଗ ନେଇପାରିବେ ବୋଲି କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲ କ୍ୟାମ୍ପସରେ ଅନୁଷ୍ଠିତ ହେବାକୁ ଥିବା ଏହି ସାକ୍ଷାତ୍‌କାରରେ ଅବସର ଗ୍ରହଣ କରିସାରିଥିବା ପ୍ରାର୍ଥୀମାନେ ମଧ୍ୟ ଭାଗ ନେଇପାରିବେ। ଷ୍ଟାଫନର୍ସ, ଲାବରୋଟୋରୀ ଟେକ୍ନିସିଆନ, ଫାର୍ମାସିଷ୍ଟ ଓ ରେଡ଼ିଓଗ୍ରାଫର ପଦବୀ ପାଇଁ ସାକ୍ଷାତକାର ଅନୁଷ୍ଠିତ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ଜୁନ୍‌ ୩୦ପର୍ଯ୍ୟନ୍ତ ସାମୟିକ ଭାବେ ନିଯୁକ୍ତି ଦିଆଯିବାକୁ ଥିବା ବେଳେ ଆବଶ୍ୟକସ୍ଥଳେ ଏହାର ସମୟସୀମାକୁ ବୃଦ୍ଧି କରାଯିବ। ସେହିପରି ସାମୟିକ ନିଯୁକ୍ତି ପାଇଁ ଚୟନ ହୋଇଥିବା ସମସ୍ତ ପ୍ରାର୍ଥୀଙ୍କୁ ଦୈନିକ ୧ହଜାର ଟଙ୍କା ଲେଖାଏଁ ଭତ୍ତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri