ଏଫ୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ରାଜ୍ୟ ସରକାର ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବା ଲାଗି ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲ କର୍ତ୍ତୃପକ୍ଷ ବିଭିନ୍ନ ପାରାମେଡ଼ିକାଲ ପଦବୀରେ ସାମୟିକ ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିନିମନ୍ତେ ଯୋଗ୍ୟ ପ୍ରାର୍ଥୀମାନଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ଆଗ୍ରହୀ ପ୍ରାର୍ଥୀମାନେ ଆସନ୍ତା ଏପ୍ରିଲ ୩ ଓ ୪ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ଟା ମଧ୍ୟରେ ହେବାକୁ ଥିବା ସାକ୍ଷାତ୍‌କାରରେ ସିଧାସଳଖ ଭାଗ ନେଇପାରିବେ ବୋଲି କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲ କ୍ୟାମ୍ପସରେ ଅନୁଷ୍ଠିତ ହେବାକୁ ଥିବା ଏହି ସାକ୍ଷାତ୍‌କାରରେ ଅବସର ଗ୍ରହଣ କରିସାରିଥିବା ପ୍ରାର୍ଥୀମାନେ ମଧ୍ୟ ଭାଗ ନେଇପାରିବେ। ଷ୍ଟାଫନର୍ସ, ଲାବରୋଟୋରୀ ଟେକ୍ନିସିଆନ, ଫାର୍ମାସିଷ୍ଟ ଓ ରେଡ଼ିଓଗ୍ରାଫର ପଦବୀ ପାଇଁ ସାକ୍ଷାତକାର ଅନୁଷ୍ଠିତ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ଜୁନ୍‌ ୩୦ପର୍ଯ୍ୟନ୍ତ ସାମୟିକ ଭାବେ ନିଯୁକ୍ତି ଦିଆଯିବାକୁ ଥିବା ବେଳେ ଆବଶ୍ୟକସ୍ଥଳେ ଏହାର ସମୟସୀମାକୁ ବୃଦ୍ଧି କରାଯିବ। ସେହିପରି ସାମୟିକ ନିଯୁକ୍ତି ପାଇଁ ଚୟନ ହୋଇଥିବା ସମସ୍ତ ପ୍ରାର୍ଥୀଙ୍କୁ ଦୈନିକ ୧ହଜାର ଟଙ୍କା ଲେଖାଏଁ ଭତ୍ତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri