Posted inଫୁରସତ

ଏମିତି ମନ୍ଦିର, ଯେଉଁଠି ବ୍ୟବହୃତ ହୋଇନି ଲୁହା

ହରିୟାଣା: ଉତ୍ତରଭାରତର ଅମ୍ବାଲା ସିଟିର ଗୀତା ନଗରୀରେ ଜୈନ ମୁନି ବିଜୟ ଇନ୍ଦ୍ରଦ୍ୟୁମ୍ନ ସୁରେଶ୍ଚରଙ୍କ ସ୍ମୃତିରେ ଭିନ୍ନ ଧରଣର ଏକ ଗୋଲାକାର ମନ୍ଦିର ନିର୍ମାଣ କରାଯାଇଛି। ଏହି ମନ୍ଦିରର ବିଶେଷତ୍ୱ ହେଲା ଏଥିରେ କେବଳ ମାର୍ବଲ ବ୍ୟବହାର କରାଯାଇଛି। ଆଦୌ ଲୁହାର ବ୍ୟବହାର କରାଯାଇନାହିଁ। ଏପରିକି ଲୁହା କଣ୍ଟାଟିଏ ମଧ୍ୟ ବ୍ୟବହାର କରାଯାଇନାହିଁ। ପୁରାତନ ଭାରତୀୟ ଶୈଳୀରେ ଏହା ନିର୍ମିତ ହୋଇଛି। ଏଠାରେ ୩୬ଟି ଗମ୍ବୁଜ ଆକାରର ମନ୍ଦିର ତିଆରି ହୋଇଛି। ନିର୍ମାଣ କାର୍ଯ୍ୟ ୨୦୧୧ ମସିହାରୁ ଆରମ୍ଭ ହୋଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ଶେଷ ହୋଇନାହିଁ। ଏହାକୁ କୌଣସି ଆର୍କିଟେକ୍‌ଚର ନିର୍ମାଣ କରିନାହାନ୍ତି। ମୁନି ବିଜୟ ରତ୍ନାକର ସୁରେଶ୍ଚର ହିଁ ନିର୍ମାଣ କରିଛନ୍ତି।
ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରକାଶ, ଅଢ଼େଇ ଏକର ପରିମିତ ଜାଗାରେ ୫୦୦ ବର୍ଗଗଜରେ ଏହି ଗୋଲାକାର ମନ୍ଦିରଟି ନିର୍ମାଣ କରାଯାଉଛି। ଏହାର କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ ଏବଂ କେତେ ଟଙ୍କା ବ୍ୟୟ ହେବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। କାରଣ ସବୁକିଛି ଚାନ୍ଦାରେ ଚାଲିଛି। ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ମନ୍ଦିରରେ ଧର୍ମଶାଳା, ଭୋଜନାଳୟ, ସାଧୁସନ୍ଥଙ୍କ ରହିବା ପାଇଁ ମଧ୍ୟ ଗୃହ ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri