Posted inଜାତୀୟ

ଏମ୍ସରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, , ୧୮ା୮(ପି.ଟି.): ଶନିବାର ସନ୍ଧ୍ୟାରେ ଏମ୍ସର ଇମର୍ଜେନ୍ସି ଓ୍ବାର୍ଡ ନିକଟରେ ଅଗ୍ନିକାଣ୍ଡ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସଙ୍ଗେସଙ୍ଗେ ଚାରିଆଡ଼ ଧୂଆଁମୟ ହୋଇପଡ଼ିଥିଲା। ୩୪ଟି ଦମକଳ ଗାଡ଼ିରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ସଙ୍ଗେ ସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଦୀର୍ଘ ୫ ଘଣ୍ଟା ପରେ ନିଆଁକୁ ଆୟତ କରାଯାଇଥିଲା। ପ୍ରଥମ ଚାରି ମହଲା ଅଗ୍ନିକାଣ୍ଡ ଦ୍ୱାରା ପ୍ରଭାବିତ ହୋଇଥିବାବେଳେ ଅନେକ କାଗତପତ୍ର ଓ ଯନ୍ତ୍ରପାତି ପୋଡ଼ି ଯାଇଥିବା ଖବର ମିଳିଛି। ପଞ୍ଚମ ମହଲା ସାମାନ୍ୟ ପ୍ରଭାବିତ ହୋଇଥିବା ପ୍ରକାଶ। କେତେକ ରୋଗୀଙ୍କୁ ସଫଦରଜଙ୍ଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। କୌଣସି ବ୍ୟକ୍ତି ମୃତାହତ ହୋଇ ନ ଥିବାବେଳେ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ କିଛି ଜଣାପଡ଼ି ନାହିଁ। ପ୍ରକାଶଥାଉ କି, ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଏଠାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri